Latest Odisha News

BREAKING NEWS

ଓଡ଼ିଆ ଫିଲ୍ମ ‘ପ୍ରତିଶୋଧ’ର ଅଡିଓ ଲୋକାର୍ପିତ: ୨୨ରେ ରିଲିଜ୍‌

ଭୁବନେଶ୍ୱର: ଜୀ-ସାର୍ଥକ ଫିଲ୍ମସ ନିବେଦିତ, କ୍ଷୀରୋଦ ପଟ୍ଟନାୟକଙ୍କ ପ୍ରଯୋଜିତ ନୂଆ ଓଡ଼ିଆ ଫିଲ୍ମ “ପ୍ରତିଶୋଧ”ର ଅଡିଓ ରିଲିଜ୍ ହୋଇଯାଇଛି । ଭୁବନେଶ୍ୱରର ଏକ ହୋଟେଲରେ ଆୟୋଜିତ ଏହି ଉତ୍ସବରେ ପ୍ରଯୋଜକ କ୍ଷୀରୋଦ ପଟ୍ଟନାୟକ, ଜୀ ସାର୍ଥକ ଚିଫ ଚାନେଲ ଅଫିସର ପ୍ରତୀକ ସିଲ, ନିର୍ଦ୍ଦେଶକ ସାଇ ସ୍ୱରାଜ ମଙ୍ଗରାଜ, ସଙ୍ଗୀତ ନିର୍ଦ୍ଦେଶକ ଗୁଡଲି ରଥ, ଗୀତିକାର ସୂର୍ଯ୍ୟ ମହାପାତ୍ର, କଣ୍ଠଶିଳ୍ପୀ ଗୌରବ ଆନନ୍ଦ, ସତ୍ୟଜିତ ପ୍ରଧାନ ଓ ଲିପ୍ସା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ସାଇ ସ୍ୱରାଜ ମଙ୍ଗରାଜଙ୍କ ନିର୍ଦ୍ଦେଶିତ ‘ପ୍ରତିଶୋଧ’ ରେ ଚୁଲବୁଲି ନାୟିକା ଏଲିନା ସାମନ୍ତରାୟ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ତାଙ୍କ ବ୍ୟତୀତ କୁନା ତ୍ରିପାଠୀ, ସମରେଶ, ବବି ମିଶ୍ର, ପିୟୁଷ ତ୍ରିପାଠୀ ପ୍ରମୁଖ ଅଭିନୟ କରିଛନ୍ତି । ଫିଲ୍ମର ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଛନ୍ତି ଭରଦ୍ୱାଜ ପଣ୍ଡା ଏବଂ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଗୁଡ୍‌ଲି ରଥ, ଗୀତ ରଚନା କରିଛନ୍ତି ସୂର୍ଯ୍ୟ ମହାପାତ୍ର । କଣ୍ଠଦାନ କରିଛନ୍ତି ଗୌରବ ଆନନ୍ଦ, ସତ୍ୟଜିତ ପ୍ରଧାନ ଓ ଲିପ୍ସା ମହାପାତ୍ର । ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ବିଶିଷ୍ଟ ନୃତ୍ୟ ନିର୍ଦ୍ଦେଶକ ବବି ଇସଲାମ୍ । ଆସନ୍ତା ୨୨ ତାରିଖରେ ଏହି ଫିଲ୍ମ ରିଲିଜ୍ ହେବ ।

Comments are closed.