ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଦ୍ୱିପାକ୍ଷିକ ବୈଠକରେ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ନିମନ୍ତ୍ରଣ କରିଛନ୍ତି ବୋଲି ବୁଧବାର ଦିନ ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ୍ ଗାର୍ସେଟି କହିଛନ୍ତି।
ସାଧାରଣତନ୍ତ୍ର ଦିବସ ସମାରୋହରେ ଯୋଗଦେବା ପାଇଁ ଭାରତ କ୍ୱାଡ୍ ରାଷ୍ଟ୍ରର ନେତାମାନଙ୍କୁ ନିମନ୍ତ୍ରଣ କରିବାକୁ ଯୋଜନା କରୁଛି। ଏହି କ୍ୱାର୍ଡରେ ଭାରତ ଓ ଆମେରିକା ବ୍ୟତୀତ ଅଷ୍ଟ୍ରେଲିଆ ଓ ଜାପାନ ମଧ୍ୟ ଏଥିରେ ସାମିଲ ଅଛନ୍ତି।
ଉଲ୍ଲେଖଯୋଗ୍ୟ, ୨୦୧୮ ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ ଭାରତ ତତ୍କାଳୀନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନିମନ୍ତ୍ରଣ କରିଥିଲା। କିନ୍ତୁ ଘରୋଇ କାରଣ ଯୋଗୁଁ ଟ୍ରମ୍ପଙ୍କୁ ଏହି ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିବାକୁ ପଡ଼ିଥିଲା। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଇଜିପ୍ଟ ରାଷ୍ଟ୍ରପତି ଅବ୍ଦେଲ ଫତ୍ତାହ ଏଲ ସିସି।
୨୦୧୫ରେ ବାରାକ ଓବାମା ପ୍ରଥମ ଆମେରିକୀୟ ରାଷ୍ଟ୍ରପତି ଭାବେ ଭାରତର ସାଧାରଣତନ୍ତ୍ର ଦିବସ ପରେଡରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।
Comments are closed.