Latest Odisha News

ସେପ୍ଟେମ୍ବର ୩୦ରୁ ରାଜ୍ୟରେ ପ୍ରବଳ ବର୍ଷା !

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ପୂର୍ବାନୁମାନ କରାଯାଇଛି ଯେ ସେପ୍ଟେମ୍ବର ୩୦ରୁ ୪ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ମିଆଁମାର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପଟି ସ୍ପଷ୍ଟ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୩ ତାରିଖରେ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.