ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ପରେ ପଶ୍ଚିମ ଉତ୍ତର ଓଡିଶା ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ଆଜିଠୁ ବର୍ଷାର ପରିମାଣ ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସୂଚନା ରହିଛି । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୧ ଓ ୨ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
Comments are closed.