ଭୁବନେଶ୍ୱର, ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍ ନାମଲେଖା କରାଯିବ । ଏହି ପ୍ରକ୍ରିୟା ଅକ୍ଟୋବର ୧୬ରୁ ଆରମ୍ଭ ହୋଇ ୩୧ ଯାଏଁ ଚାଲିବ । ଓଡ଼ିଶାର ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଆବଶ୍ୟକ ପ୍ରମାଣପତ୍ର ଦାଖଲ କରି ନାମ ଲେଖାଇବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଏହି ସ୍ପଟ୍ ନାମଲେଖା ସ୍କୁଲ ଅଫ୍ ଇଞ୍ଜିନିୟରିଂ ଏବଂ ସ୍କୁଲ ଅଫ୍ ସର୍ଭିସେସ୍ ପାଠ୍ୟକ୍ରମ ଅଧୀନରେ ଥିବା ମୋଟ ୭ଟି ବିଷୟରେ କରାଯିବ । ନାମଲେଖା ପ୍ରକ୍ରିୟା ସକାଳ ୧୦ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ଯାଏଁ ଚାଲିବ । ତେଣୁ ପ୍ରାର୍ଥୀମାନେ ଏହାର ସୁଯୋଗ ନେବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ କୁହାଯାଇଛି । ସ୍କୁଲ୍ ଅଫ୍ ଇଞ୍ଜିନିୟରିଂ ବିଭାଗ ଅଧୀନରେ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜେରସନ୍, ଭଟିର୍କାଲ ଟ୍ରାନ୍ସପୋଟେର୍ସନ୍, ମେକାଟ୍ରୋନିକ୍ସ ଏବଂ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ଭଳି ୫ଟି ଅତ୍ୟାଧୁନିକ ବିଷୟ ରହିଛି । ସରକାରୀ ବା ଘରୋଇ ଶିକ୍ଷାନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ/ ୩ ବର୍ଷିଆ ଡ଼ିପ୍ଲୋମା ଇଞ୍ଜିନିୟରିଂ ପାସ୍ କରିଥିବା ଛାତ୍ରଛାତ୍ରୀମାନେ ଏହି ୧ ବର୍ଷିଆ ପାଠ୍ୟକ୍ରମରେ ନାମ ଲେଖାଇପାରିବେ ।
ସ୍କୁଲ୍ ଅଫ୍ ସର୍ଭିସେସ୍ ଅଧୀନରେ ହେୟାର ଫ୍ୟାସନ ଆଣ୍ଡ ଡିଜାଇନ ଏବଂ ବ୍ୟୁଟି ୱେଲେନସ୍ ଆଣ୍ଡ ସ୍ପା ଭଳି ଦୁଇଟି ଅତ୍ୟାଧୁନିକ ବିଷୟ ରହିଛି । +୨ କିମ୍ବା କୌଣସି ବିଷୟରେ ଡେିପ୍ଲାମା କରିଥିବା ପ୍ରାର୍ଥୀମାନେ ଏଥିରେ ନାମ ଲେଖାଇପାରିବେ । ଏହି ପାଠ୍ୟକ୍ରମର ଅବଧି ୧ ବର୍ଷ ରହିଛି । ପ୍ରାର୍ଥୀମାନେ ନିଜ ନିଜର ଆଧାରକାର୍ଡ ଏବଂ ପାସପୋର୍ଟ ଫଟୋ ସହିତ ମାଟ୍ରିକ, ଆଇଟିଆଇ କିମ୍ବା ଡିପ୍ଲୋମା ଏବଂ ସିଏଲସି ସାର୍ଟିଫିକେଟ ସାଙ୍ଗରେ ଆଣିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅନୁସୂଚିତ ଜାତି, ଜନଜାତି ଏବଂ ପଛୁଆ ବଗର୍ର ଛାତ୍ରଛାତ୍ରୀଙ୍କୁ ଜାତିଗତ ପ୍ରମାଣପତ୍ର ଆଣିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି, ଅତ୍ୟାଧୁନିକ ଲାବୋରେଟାରି ଏବଂ ବିଶ୍ୱସ୍ତରୀୟ ବିଭିନ୍ନ ଯନ୍ତ୍ରପାତି ରହିଛି । ଏହି କେନ୍ଦ୍େରର ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ଯୁବକ ଯୁବତୀମାନଙ୍କୁ ଆବଶ୍ୟକ ଶିକ୍ଷା ଓ ତାଲିମ ଦିଆଯାଇ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପ ଓ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି । ଏହି କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣାରେ ଦିଆଯାଉଛି । ତା’ଛଡ଼ା ଚଳିତ ଶିକ୍ଷାବର୍ଷରେ ଅନୁସୂଚିତ ଜାତି, ଜନଜାତି, ପଛୁଆ ଏବଂ ସଂଖ୍ୟାଲଘୁ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ କୋର୍ସ ଫି’ ସମ୍ପୂର୍ଣ୍ଣ ମାଗଣା ରହିଛି ।
ଏହି ପାଠ୍ୟକ୍ରମ ଅଧୀନରେ କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ବଛାଯାଇ ଦୁଇ ସପ୍ତାହ ଲାଗି “ଷ୍ଟୁଡେଣ୍ଟଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି । ସେହିପରି ପ୍ରତିବର୍ଷ ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇ ସିଙ୍ଗାପୁରର ବିଭିନ୍ନ କମ୍ପାନୀରେ ପେଡ୍ ଇଣ୍ଟର୍ଣ୍ଣସିପ୍ କରିବାର ସୁଯୋଗ ଦିଆଯାଉଛି । ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶ ବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ ପ୍ଲେସମେଣ୍ଟ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି । ୨୦୨୨-୨୩ ବ୍ୟାଚରେ ୯୩ ପ୍ରତିଶତ ଛାତ୍ରଛାତ୍ରୀ ବିଭିନ୍ନ କମ୍ପାନୀର ନିଯୁକ୍ତି ପାଇଛନ୍ତି । ତା’ ଭିତରେ ୨୫ ପ୍ରତିଶତ ଛାତ୍ରଛାତ୍ରୀଙ୍କୁ ଅନ୍ତର୍ଜାତୀୟ ସ୍ତରରେ ନିଯୁକ୍ତି ସୁଯୋଗ ମିଳିଛି ।
ଚଳିତ ବ୍ୟାଚରୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଭଟିର୍କାଲ ଟ୍ରାନ୍ସପୋଟେର୍ସନ୍ ଉପରେ ଏକ ନୂତନ ତାଲିମ ପାଠ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି ଆଧୁନିକ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ବୈଷୟିକ ଶିକ୍ଷା ଓ ତାଲିମ ଦିଆଯିବ । ଫଳରେ ସେମାନେ ଲିଫ୍ଟ, ଏସ୍କେଲେଟର, ଟ୍ରାଭେଲେଟରର ସ୍ଥାପନା, କାର୍ଯ୍ୟକ୍ଷମ, ରକ୍ଷଣାବେକ୍ଷଣ, ମରାମତି ଓ ଯାଞ୍ଚଆଦି କାର୍ଯ୍ୟ କରିବାରେ ସକ୍ଷମ ହେବେ । ଏହି ବିଷୟରେ ତାଲିମ ନେବାକୁ ଆସୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଆକଷର୍ଣୀୟ ନିଯୁକ୍ତି ସୁଯୋଗ ରହିଛି ।
ସ୍ପଟ୍ ନାମେଲଖା ସମ୍ପକରେ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟରୁ www.worldskillcenter.org ଅଧିକ ସୂଚନା ପାଇପାରିବେ । ତା’ଛଡ଼ା ୧୮୦୦ ୨୬୬ ୬୦୦୨/ ୦୬୭୪ ୨୫୮୦୦୭୯ ନମ୍ବରରେ କଲ୍ କରିପାରିବେ ।
Comments are closed.