Latest Odisha News

ଅବପାତର ରୂପ ନେଲା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ଼ ସମ୍ଭାବନା

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଆଜି ସୁଦ୍ଧା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରିପୋର୍ଟ ଅନୁଯାୟୀ, ଗତ ଛଅ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି।

ସନ୍ଧ୍ୟା ୫.୩୦ ରେ ପାରଦୀପଠାରୁ ଦକ୍ଷିଣରେ ୪୫୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦିଘାଠାରୁ ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଏବଂ ବାଂଲାଦେଶର କୁପୱାଡା ଦକ୍ଷିଣ-ପଶ୍ଚିମରେ ୭୫୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହି ଅବପାତ ଉତ୍ତର-ପୂର୍ବ ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହୋଇ ବାଂଲାଦେଶ ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ ।

୨୩ ତାରିଖରୁ ୨୬ ତାରିଖ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି। ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଏହା ଉତ୍ତର ଦିଗକୁ ଗତି କରିବା ସହ ପବନର ବେଗ ବଢିବା ଆଶଙ୍କା ରହିଛି। ତା’ପରେ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଏବଂ ବାଂଲାଦେଶ ଉପକୂଳ ଅତିକ୍ରମ କରି ୨୫ ଅକ୍ଟୋବର ସନ୍ଧ୍ୟାରେ ଏକ ଗଭୀର ଅବପାତର ରୂପ ନେବ। ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ହାଲୁକା ବର୍ଷାର ସମ୍ଭାବନା ରହିଛି।

Comments are closed.