Latest Odisha News

BREAKING NEWS

ଆଉ ଦୁଇ ଜିଲ୍ଲାରେ ଶୁଭାରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଶୁଭାରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା ଜିଲ୍ଲାରେ ୯୫ କୋଟି ଟଙ୍କା ବ୍ୟୟରେ ୨୭୬୩ ଟି ପ୍ରକଳ୍ପ ଏବଂ ଜଗତସିଂହପୁରରେ ୯୯ କୋଟି ଟଙ୍କା ବ୍ୟୟରେ ୨୯୨୨ ଟି ଉନ୍ନୟନ୍ନପ୍ରକଳ୍ପର ଉଦଘାଟନ କଲେ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।

ପ୍ରତି ପଞ୍ଚାୟତ, ପ୍ରତି ଗାଁ ରେ ବିକାଶ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ‘ଆମ ଓଡିଶା ନବୀନ ଓଡିଶା’ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଓ ପରେ ପୁରୀ, ନୟାଗଡ଼, ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼, କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନା ଶୁଭାରମ୍ଭ କରାଯାଇଥିଲା । ଆଜି ଏହି ଯୋଜନା ଆଓ ଦୁଇ ଜିଲ୍ଲା ଅନ୍ତର୍ଭୁକ୍ତ ହୋଇଛି ।

ଆଜି ଶୁଭାରମ୍ଭ ହୋଇଥିବା ଏହିିଦୁଇ ଜିଲ୍ଲାର ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା । ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର  ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଜୟଦେବ,   ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା ।  ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ରେ ୧୯୦ଟି   ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ। ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା  ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର।  ଏଥିରେ ୮ଟି ବ୍ଲକ୍‌ର ୧୯୮ଟି   ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମବୀନ ପଟ୍ଟନାୟକ ।

Comments are closed.