Latest Odisha News

ପଞ୍ଚଭୁତରେ ଲୀନ ହେଲେ ସ୍ବରୂପ ନାୟକ : ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସରିଲା ଶେଷକୃତ୍ୟ, ମୁଖାଗ୍ନି ଦେଲେ ବଡ ଝିଅ

କଟକ : ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି  । ତାଙ୍କ ବଡ ଝିଅ ତାଙ୍ତକୁ ମୁଖାଗ୍ନି ଦେଇଛନ୍ତି  । ଗତକାଲି  ଓଡିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ର ପରଲୋକ ଘଟିଥିଲା । ସେ  ଦୀର୍ଘଦିନ ଧରି କ୍ୟାନ୍ସର ରୋଗରେ ପୀଡିତ ଥିବାବେଳେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଥିଲା ।  ତାଙ୍କ ଦେହାନ୍ତରେ ସାରା ଓଲିଉଡ ଜଗତରେ ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା । ୧୯୪୭ ଫେବୃଆରୀ ୮ତାରିଖରେ କଟକରେ ଜନ୍ମ ଗ୍ରହଣ କରିଥିଲେ ସ୍ୱରୂପ ନାୟକ ।

ଜଣେ ଓଡ଼ିଆ କଥାଚିତ୍ର ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଭାବେ ସେ ଥିଲେ ବେଶ୍ ଜଣାଶୁଣା  । ସେ ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ୩୦ଟି ଚଳଚ୍ଚିତ୍ର ପାଇଁ ଗୀତ ରଚନା, ୬ଟିରେ ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ଓ ୬ଟି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ  । ସଂଗୀତ ନିର୍ଦ୍ଦେଶନା କ୍ଷେତ୍ରରେ ଅବିସ୍ମରଣୀୟ ସ୍ପର୍ଶ ଛାଡ଼ିଯାଇଛନ୍ତି ସ୍ବରୂପ ନାୟକ  । ତାଙ୍କର ଦେହାନ୍ତ ପରେ ଓଲିଉଡ଼ ଜଗତରେ ଏକ ଅପୂରଣୀୟ ଶୁନ୍ୟସ୍ଥାନ ସୃଷ୍ଟି ହୋଇଛି ।

Comments are closed.