ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ଲଖନ୍ପୁରଠାରେ ଆଇଟିଆଇ (ITI) ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ନବୀନ । ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ ।
ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଜିଲ୍ଲା ଏକ ଖଣିବହୁଳ ଅଞ୍ଚଳ । ଏଠାରେ ଖଣି ଉତ୍ତୋଳନ ଓ ଅନ୍ୟାନ୍ୟ ଆନୁସାଙ୍ଗିକ କାମ ପାଇଁ ଦକ୍ଷ ମାନବ ସମ୍ବଳର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଠାରେ ଆଇଟିଆଇ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନୂତନ ଆଇଟିଆଇ ରେ ୯ ଟି ବିଷୟରେ ପ୍ରଶିକ୍ଷଣ ଦିଆଯିବ ।
ଆଇଟିଆଇ ପାଇଁ ମଞ୍ଜୁର ହୋଇଥିବା ଏହି ଅର୍ଥରେ ଏକାଡେମିକ ଓ ଓ୍ବାର୍କସପ୍ ବିଲଡିଂନିର୍ମାଣ କରାଯିବ । ଏହା ସହିତ ବିଭିନ୍ନ ଉପକରଣ ଓ ଯନ୍ତ୍ରପାତି ମଧ୍ୟ କିଣାଯିବ ।
Comments are closed.