Latest Odisha News

ପୁରୀ ଗସ୍ତ କରି ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ

ପୁରୀ : ଆଜି ପୁରୀ ଗସ୍ତ କରିଛନ୍ତି 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ  । ଭୋରରୁ ମହାପ୍ରଭୂଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅଧିକାରୀଙ୍କୁ ପଚାରି ବୁଝିଛନ୍ତି । ଶ୍ରୀଜଗନ୍ନାଥ ବଲ୍ଲଭ କମ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଛନ୍ତି  ।

ବଡଦାଣ୍ଡରେ ହେବାକୁ ଥିବା ଏସି ସେଡ୍ ବ୍ୟବସ୍ଥା ନେଇ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି  । ଏବଂ ଖୁବ୍ ଶୀଘ୍ର କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି  । ପୁରୀ ଜିଲ୍ଲାପାଳ,ଉପଜିଲ୍ଲାପାଳ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ରହି ଫାଇଭ-ଟି ଅଧ୍ୟକ୍ଷ ଙ୍କୁ ସମସ୍ତ କାର୍ଯ୍ୟ ସମ୍ପର୍କ ରେ ଅବଗତ କରିଥିଲେ ।

Comments are closed.