Latest Odisha News

ଏନଏଚଡିସି, ଏଆଇସିଟିଇ ଓ ବଜାଜ ଫାଇନାନ୍ସ ମଧ୍ୟରେ MoU: ଶିକ୍ଷାନୁଷ୍ଠାନ-ଶିଳ୍ପାନୁଷ୍ଠାନ ମଧ୍ୟରେ ସମ୍ପର୍କ ସୁଦୃଢ଼ ହେବ- ଧର୍ମେନ୍ଦ୍ର ପ୍ରଧାନ 

ନୂଆଦିଲ୍ଲୀ: ଆର୍ଥିକ ସେବା କ୍ଷେତ୍ରରେ ନିଯୁକ୍ତି ସୁଯୋଗ ଦେବା ପାଇଁ ସ୍ନାତକ ଯୁବପିଢିଙ୍କୁ ପ୍ରସ୍ତୁତ କରାଇବା ଦିଗରେ MoU ସ୍ୱାକ୍ଷରିତ। ନୂଆଦିଲ୍ଲୀରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ MoU ସ୍ୱାକ୍ଷରିତ ହୋଇଛି। ଜାତୀୟ ଦକ୍ଷତା ବିକାଶ ନିଗମ (ଏନଏସଡିସି) ସହ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ଓ ବଜାଜ ଫାଇନାନ୍ସ ମଧ୍ୟରେ MoU ସ୍ବାକ୍ଷରିତ ହୋଇଛି । ଏହି ଅବସରରେ ବ୍ୟାଙ୍କିଂ, ଫାଇନାନ୍ସ ଓ ବୀମା କ୍ଷେତ୍ରରେ ଏକ ସାର୍ଟିଫିକେଟ୍ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଆମକୁ ଭାରତରେ ଜ୍ଞାନ ଓ ଦକ୍ଷତାର ଏକ ସୁପର ହାଇୱେ ନିର୍ମାଣ କରିବାକୁ ହେବ। ଏହି MoU ଶିକ୍ଷାନୁଷ୍ଠାନ-ଶିଳ୍ପାନୁଷ୍ଠାନ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ସହ ଯୁବବର୍ଗଙ୍କୁ ସଶକ୍ତ କରିବ । ବିଶ୍ବସ୍ତରୀୟ ଦକ୍ଷତା ଦେଇ ଭବିଷ୍ୟତ ପାଇଁ ଯୁବକ ଯୁବତୀଙ୍କୁ ପ୍ରସ୍ତୁତ କରାଇବା ସହ ଆର୍ଥିକ କ୍ଷେତ୍ରରେ ବ୍ୟାପକ ଦକ୍ଷତା ସୃଷ୍ଟି କରିବ ।

ଏଥିସହ ପ୍ରଧାନମନ୍ତ୍ରୀଙ୍କର ବିକଶିତ ଭାରତ ପାଇଁ ଥିବା ଦୂରଦୃଷ୍ଟି ଉପରେ ଆଲୋକପାତ କରିଥିଲେ କେନ୍ଦ୍ରମନ୍ତ୍ରୀ। ଲୋକଙ୍କର ଦକ୍ଷତା ବଢାଇବା ପାଇଁ ସ୍କିଲିଂ, ରି-ସ୍କିଲିଂ ଏବଂ ଅପ୍ ସ୍କିଲିଂ ସହ ଯୋଡିଲେ ହିଁ ଦେଶ ଆଗକୁ ବଢିବ । ଆଜି ଦେଶରେ ଡିପିଆଇ ବା ଡିଜିଟାଲ ପବ୍ଲିକ ଇନଟ୍ରେଷ୍ଟ କାରଣରୁ ଦେଶ ଆଗକୁ ବଢୁଛି । ଭାରତର ଅର୍ଥମନ୍ତ୍ରୀ ମଜଭୁତ ହେଉଛି । ଦେଶର ଯୁବବର୍ଗ ବିକଶିତ ଭାରତ ଗଠନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

Comments are closed.