Latest Odisha News

BREAKING NEWS

ନିର୍ବାଚନ ଆୟୋଗଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ବୈଠକ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଚାଲିଛି ପ୍ରସ୍ତୁତି। ଭୋଟର ତାଲିକାର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭାରତ ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଧର୍ମେନ୍ଦ୍ର ଶର୍ମା ଓ ନୀତେଶ କୁମାର ବ୍ୟାସ ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଖାରବେଳ ଭବନ ସମ୍ମିଳନୀ କକ୍ଷରେ ଦୁଇଦିନିଆ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ବୈଠକରେ ଯୋଗ ଦେଇଥିଲେ। ବରିଷ୍ଠ ଉପନିର୍ବାଚନ କମିଶନରମାନଙ୍କୁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ଆଗାମୀ ସାଧାରଣ ନିର୍ବାଚନ ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ପ୍ରକାଶ କରିଥିଲେ। ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ମହିଳା, ଯୁବ, ବରିଷ୍ଠ, ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗ ଏବଂ ପ୍ରାଚୀନ ଜନଜାତି ଗୋଷ୍ଠୀ ନିର୍ବାଚକମାନଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି । ଯୋଗ୍ୟ ଭୋଟରଙ୍କୁ ତାଲିକାଭୁକ୍ତ ଓ ଅଯୋଗ୍ୟ ଭୋଟରଙ୍କୁ ତାଲିକାରୁ ବାଦ୍ ଦେବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଯେପେରି ପ୍ରସ୍ତୁତ ହୋଇ ପାରିବ ସେଥିପାଇଁ ବିଶେଷ ଦୃଷ୍ଟି ଦିଆଯାଇଛି।

ନିର୍ବାଚନ ସମୟରେ ଚୋରା କାରବାର ହେଉଥିବା ଟଙ୍କା, ମଦ, ନିଶାଦ୍ରବ୍ୟ ଚାଲାଣ ବାଟଗୁଡ଼ିକୁ ଚିହ୍ନଟ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶାନ୍ତିଶୃଙ୍ଖଳାର ସହ ଯେପରି ନିର୍ବାଚନ ପରିଚାଳନା କାର୍ଯ୍ୟ ହୋଇପାରିବ ସେ ନେଇ ଆଲୋଚନା ହୋଇଛି।

ଏହି ଦୁଇଦିନିଆ ସମୀକ୍ଷା ବୈଠକରେ ଅତିରିକ୍ତ ଡିଜି ପୋଲିସ (ଆଇନଶୃଙ୍ଖଳା) ସଂଜୟ କୁମାର ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Comments are closed.