Latest Odisha News

BREAKING NEWS

ବିକାଶର ଆଲୋକକୁ ଆହୁରି ଉଜ୍ଜ୍ବଳ କରିଛି ଲକ୍ଷ୍ମୀ ବସ୍ ସେବା: ମୁଖ୍ୟମନ୍ତ୍ରୀ

କୋରାପୁଟ : କୋରାପୁଟ ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। କୋରାପୁଟ ଜିଲ୍ଲାରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିବ। ଫାଇଭ୍ ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମାଆ ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳରେ ପରିବହନ ସେବାକୁ ମଜଭୁତ କରିବ  ।  ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି  ପ୍ରଥମ ପର୍ଯ୍ୟାୟରେ ମାଲକାନଗିରିରୁ ଲକ୍ଷ୍ମୀ ବସ୍‌ସେବା ଆରମ୍ଭ ହୋଇ ଆଜି କୋରାପୁଟରେ ପହଞ୍ଚିଛି ।  ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଲେ।

ଏହି ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତକୁ ଲକ୍ଷ୍ମୀ ବସ୍‌ ସୁବିଧା ମିଳିଲା। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି , ଯେ  ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକମାନଙ୍କର ଯାତାୟତ ଅସୁବିଧା ବିଷୟରେ ଜାଣି ଏହି ଯୋଜନା ଆରମ୍ଭ କରାଯାଇଛି। ଲକ୍ଷ୍ମୀ ବସ୍‌ ସେବା ବିକାଶର ଆଲୋକକୁ ଆହୁରି ଉଜ୍ଜଳ କରିଛି  । ଫାଇଭ-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ , କୋଟପାଡ ବିଧାୟିକା ଶ୍ରୀମତୀ ପଦ୍ମିନୀ ଦିଆନ,  ପଟାଙ୍ଗୀ ବିଧାୟକ ଶ୍ରୀ ପିତମ ପାଢୀ, ଜୟପୁର ବିଧାୟକ ଶ୍ରୀ ତାରା ପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ଶ୍ରୀ ପ୍ରଭୁ ଜାନି, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ପଡାଲ, ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ନିଜର ବ୍ୟକ୍ତବ୍ୟ ରଖିଥିଲେ ।

Leave A Reply

Your email address will not be published.