Latest Odisha News

BREAKING NEWS

ଆସନ୍ତାକାଲି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନ ସମାବେଶକୁ ସମ୍ବୋଧିତ କରିବେ ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ, ତେଲେଙ୍ଗାନା ଏବଂ ମିଜୋରାମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ ।

ଦେଶର ବିଭିନ୍ନ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରରେ ପ୍ରତିନିଧି ଯୋଗଦେବେ ।

ସରକାରଙ୍କ ପ୍ରମୁଖ ଯୋଜନାଗୁଡିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେଥିପାଇଁ ଏହି ଯୋଜନାଗୁଡିକର ସମନ୍ଵୟ ହାସଲ କରିବା ଉଦ୍ଦଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି ।

Comments are closed.