ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱରର ମୁଖ୍ୟ ଯୋଗାଣ ବିଭାଗ ଅଧିକାରୀ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କ ଭୁବନେଶ୍ୱର ଓ ଗଞ୍ଜାମ ବାସଭବନ ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରୁଛି। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ବେଳେ ସୁନାଅଳଙ୍କାର ମଧ୍ୟ ଜବତ କରାଯାଇଛି ।
ଏହି ଚଢ଼ାଉରେ ଭିଜିଲାନ୍ସର ୮ଜଣ ଡିଏସପି, ୫ଜଣ ଇନ୍ସପେକ୍ଟର ଓ ଭିଜିଲାନ୍ସ ବିଭାଗର ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି। ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ପାଣ୍ଡରା ସ୍ଥିତ ପ୍ଲଟ ନମ୍ବର ୧୪୮୫, ତିନି ମହଲା ଘର, ବ୍ରହ୍ମପୁର ନୀଳାଚଳ ହାଇଟ ସ୍ଥିତ ଆପାର୍ଟମେଣ୍ଟ, ଚନ୍ଦ୍ରଶେଖରପୁର ସ୍ଥିତ ବିଲ୍ଡିଂ, ଲକ୍ଷ୍ମୀସାଗରରେ ଥିବା ଆପାର୍ଟମେଣ୍ଟ, ଅଫିସ, ବ୍ରହ୍ମପୁର ବୈଦନାଥପୁର ସ୍ଥିତ ପୈତୃକ ଘର, ଭୁବନେଶ୍ୱର ୟୁନିଟ ୩ ସ୍ଥିତ ବାସଭବନରେ ଚାଲିଛି ରେଡ଼ ।
ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେ ନେଇ କିଛି ସୂଚନା ହସ୍ତଗତ ହୋଇନଥିବା ବେଳେ ଚଢାଉ ଶେଷ ହେଲେ ସବିଶେଷ ତଥ୍ୟ ମିଳିବା ନେଇ ସୂଚନା ମିଳିଛି ।
Comments are closed.