Latest Odisha News

BREAKING NEWS

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୩ ଆହତ

ବାଲେଶ୍ୱର/କେନ୍ଦୁଝର: ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ଗୁରୁବାର ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୩ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି ।

ମିଳିଥିବା ସୂଚନାନୁଯାୟୀ କେନ୍ଦୁଝର ଜିଲ୍ଲାର ଟାଉନ ଥାନା ଅନ୍ତର୍ଗତ ନେଙ୍କଡାଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକକୁ ଗୋଟିଏ ଯାତ୍ରୀବାହୀ ବସ୍ ପଛପଟୁ ପିଟିଦେବା ଫଳରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି।

ଶ୍ରୀରାମ ନାମକ ଉକ୍ତ ବସଟି ଦୁର୍ଘଟଣା ଗସ୍ତ ହେବାରୁ ପାଖାପାଖି ୮ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ନେଇ ସୁତ୍ରରୁ ପ୍ରକାଶ ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ସୂଚନା ମିଳିଛି ।

ସେହିପରି ବାଲେଶ୍ୱର ଜିଲ୍ଲା ବେଗୁନିଆ ଛକ ନିକଟ ଖଣ୍ଟପଡାଠାରେ ଏକ ବସ୍ ଗୋଟିଏ ଟ୍ରକକୁ ଧକ୍କା ଦେବାଫଳରେ ପ୍ରାୟ ୫ ଜଣ ଯାତ୍ରୀ ଆହତ ହୋଇଥିବା ନେଇ ସୁତ୍ରରୁ ପ୍ରକାଶ ।

ପରେ ସମସ୍ତ ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ସୋରୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ମିଳିଛି ।

ତେବେ ଉକ୍ତ ବସଟି ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଗସ୍ତ କରୁଥିବା ନେଇ ସୁତ୍ରରୁ ପ୍ରକାଶ।

Leave A Reply

Your email address will not be published.