Latest Odisha News

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ହେଲେ ଡ. ମନୋରମା ମହାନ୍ତି

ଭୁବନେଶ୍ୱର: ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଡ. ମନୋରମା ମହାନ୍ତି ।  ଡ. ମହାନ୍ତି ଗୁଜରାଟ ଅହମଦାବାଦସ୍ଥିତ ପାଣିପାଗ କେନ୍ଦ୍ର ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ । ପଦନ୍ନୋତି ସହ ତାଙ୍କୁ ଏହି ନୂତନ ନିଯୁକ୍ତି ମିଳିଛି। ଅନ୍ୟ ପକ୍ଷେ  ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଥିବା ଡକ୍ଟର ଏଚ୍. ଆର ବିଶ୍ୱାସଙ୍କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର କୋଲକାତାକୁ ବଦଳି କରାଯାଇଛି ।ଚଏନେଇ ଶୁକ୍ରବାର କେନ୍ଦ୍ର ପୃଥ୍ବୀବିଜ୍ଞାନ ମନ୍ତ୍ରଳାୟ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ଅନୁସାରେ,  ଓଡ଼ିଶା‌ ଜନ୍ମିତ ଡ. ମହାନ୍ତି ଦୀର୍ଘ ଦିନ ହେବ ଗୁଜୁରାଟ ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ କାର୍ଯ୍ୟ କରୁଛନ୍ତି। ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ହାସଲ କରିବା ପରେ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ରେ ଯୋଗ ଦେଇଥିଲେ।

ଆରବସାଗର ଇତିହାସରେ ସବୁଠୁ ଶକ୍ତିଶାଳୀ ବାତ୍ୟା ‘ତାଉତେ’ ଓ ‘ବିପର୍ଯ୍ୟୟ’ର ସଠିକ୍‌ ଗତିପଥ ଓ ତୀବ୍ରତା ଆକଳନ କରିବାରେ ଡ. ମହାନ୍ତିଙ୍କର ବଡ଼ ଓ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିଲା। ଏଥିଯୋଗୁଁ ଗୁଜରାଟରେ ଅନେକ ଧନଜୀବନ ରକ୍ଷା ପାଇପାରିଥିଲା।  ପାଣିପାଗ ଆକଳନ କ୍ଷେତ୍ରରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ରହିଛି ଏବଂ ଏହି ଅଭିଜ୍ଞତା ଓଡ଼ିଶା ଭଳି ଏକ ବାତ୍ୟାପ୍ରବଣ ରାଜ୍ୟରେ  ବଡ଼ ଭୂମିକା ନିର୍ବାହ କରିବ ।

Comments are closed.