Latest Odisha News

BREAKING NEWS

ଅନ୍ତିମ ପର୍ଯ୍ୟାୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପ୍ରସ୍ତୁତି, ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ

ପୁରୀ: ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ଏନେଇ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ସମସ୍ତ ପ୍ରସ୍ତୁତି । ଏହି ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ରେ ଯୋଗ ଦେବାକୁ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ବିଭିନ୍ନ ଦେବାଦେବୀ ମନ୍ଦିରକୁ ନିମନ୍ତ୍ରଣ ପତ୍ର ପଠାଚାଥିବା ବେଳେ, ଆଜି ଶ୍ରୀନଅରରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଏହି ବୈଠକରେ ଗଜପତି ଙ୍କ ସମେତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ପୂର୍ବ ନିଷ୍ପତ୍ତି ମୁତାବକ ପରିକ୍ରମା ପ୍ରକଳ୍ପ ପାଇଁ ୧୨ ତାରିଖରୁ ଯଜ୍ଞ ପ୍ରକ୍ରିୟା ଆରମ୍ଭ ହେବ । ୩ ଦିନ ଧରି ଭବ୍ୟ ସାଂସ୍କୃତିକ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ହେବ । ୧୭ ତାରିଖରେ ଦେଶର ପ୍ରମୁଖ ୬୦ଟି ମନ୍ଦିରର କର୍ମକର୍ତ୍ତା ଯୋଗ ଦେବେ । ଅତିଥିଙ୍କ ରହଣି ଓ ସେବା ଯୋଗାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ । ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଦାୟିତ୍ୱରେ ରହିବେ । ସେବାୟତ ଟିମ୍ ସହ ଯାଇଥିବା ବରିଷ୍ଠ ଓଏଏସ୍ ଅଭ୍ୟର୍ଥନା ଦାୟିତ୍ୱରେ ରହିବେ ।

ତେବେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ବିଭିନ୍ନ ଦେବାଦେବୀ ମନ୍ଦିରକୁ ନିମନ୍ତ୍ରଣ ପତ୍ର ଦିଆ ଚାଲିଛି । ଆସନ୍ତା ୧୨ ତାରିଖ ସନ୍ଧ୍ୟାରେ ଶ୍ରୀନହରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଗୁଆ ଟେକା ଯାଇ ଯଜ୍ଞ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେବ । ଶ୍ରୀମନ୍ଦିର ରାଜପୁରୋହିତଙ୍କ ପରାମର୍ଶ କ୍ରମେ ଗଜପତି ଦିବ୍ୟସିଂହ ଦେବଙ୍କ ରାଶି ଓ ନକ୍ଷତ୍ରକୁ ନେଇ ଯଜ୍ଞ ଆରମ୍ଭ ହେବ ।

ଆସନ୍ତା ଜାନୁଆରୀ ୧୫ ତାରିଖ ସକାଳ ୭ଟାରେ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଅଙ୍କୁରାରୋପଣ କରାଯିବ । ୧୭ ତାରିଖ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ।

Comments are closed.