Latest Odisha News

ଦୁର୍ଘଟଣାରେ ନିର୍ଦ୍ଦେଶକ ସୁଧାକର ବସନ୍ତ ଆହତ

କଟକ: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବିଶିଷ୍ଟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ସହିତ ଅନ୍ୟ ଦୁଇ ଜଣ ମଧ୍ୟ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ କଟକ ମଙ୍ଗୁଳି ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଥିଲା। ପରେ ଖବର ପାଇ ତାଙ୍କୁ ଉଦ୍ଧାର କରାଯାଇ କଟକ ଏସସିବି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ କେବଳ ନିର୍ଦ୍ଦେଶକ ସୁଧାକରଙ୍କ କାର୍ ଚଲାଉଥିବା ତାଙ୍କ ଡ୍ରାଇଭର ମଧ୍ୟ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ବାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି। ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି । ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକକୁ ସୁଧାକରଙ୍କ କାର ଧକ୍କା ଦେଇଥିଲା ।

ଦୁର୍ଘଟଣା ଏତେ ଭୟଙ୍କର ହୋଇଥିଲା ଯେ, ତାଙ୍କ ଗାଡିଟି ପୂରା ଭାଙ୍ଗି ଯାଇଛି । କାର ଭିତରେ ଦୁଇ ଜଣ ଫସିଯାଇଥିଲେ । ନିକଟରେ ଥିବା ଲୋକେ କାରକୁ କାଟି ଭିତରୁ ଦୁଇ ଜଣଙ୍କୁ ବାହାର କରିବାକୁ ପଡ଼ିଥିଲା। ତୁରନ୍ତ ଗୁରୁତର ଅବସ୍ଥାରେ ଦୁଇ ଜଣଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି ।କାରଟି ଚଣ୍ଡୀଖୋଲ ପଟୁ କଟକ ଆଡକୁ ଆସୁଥିବାବେଳେ ଏଭଳି ଅଘଟଣ ଘଟିଛି। ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ନେଇ କୌଣସି ସୂଚନା ମିଳି ପାରି ନାହିଁ।

Comments are closed.