Latest Odisha News

BREAKING NEWS

ଉର୍ଦ୍ଦୁ ଶିକ୍ଷକଙ୍କ ବଢ଼ିଲା ପାରିଶ୍ରମିକ

ଭୁବନେଶ୍ବର: ବଢ଼ିଲା ଉର୍ଦ୍ଦୁ ଶିକ୍ଷକଙ୍କ ଦରମା । ୭, ୪୦୦ ଟଙ୍କାରୁ ୧୫, ୦୦୦ ଟଙ୍କାଙ୍କୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ବାରା ଉପକୃତ ହେବେ ମୋଟ ୮୪ ଜଣ ଉର୍ଦ୍ଦୁ ଶିକ୍ଷକ । ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ବଢ଼ାଇଛନ୍ତି ରାଜ୍ୟ ସରକାର ।

ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଅଧିକ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ  ନିଯୁକ୍ତ କରିଛନ୍ତି । ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ  ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ । ଫାଇଭ-ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

 

Comments are closed.