Latest Odisha News

BREAKING NEWS

ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର: ରାଜ୍ୟ ସରକାର ଦୁଇ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପୋଲିସର ମହାନିର୍ଦ୍ଦେଶକ (ଡିଜି) ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ୧୯୯୨ ବ୍ୟାଚ୍‌ର ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି।

ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ ଦାସଙ୍କୁ ତାଙ୍କ ପୂର୍ବ ସ୍ଥାନରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଅନ୍ୟପକ୍ଷରେ ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ସପ୍ନା ତିୱାରୀ। ଲଳିତ ଦାସ ଏବେ ରାଜ୍ୟ ପୋଲିସର ସ୍ୱତନ୍ତ୍ର ଶାଖା ‘ମାନବାଧିକାର ସୁରକ୍ଷା ସେଲ୍‌’ (HRPC) ଦାୟିତ୍ୱରେ ଅଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ।

Comments are closed.