ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ । ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ । ଶ୍ରଦ୍ଧାଳୁ କିପରି ଶାନ୍ତିଶୃଙ୍ଖଳାର ସହ ବାବାଙ୍କୁ ଦର୍ଶନ କରିବେ ଓ ଦୀପ ଜାଳିବେ, ସେ ନେଇ ବିଭିନ୍ନ ଶୈବପୀଠରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆଜି ମହାଦେବଙ୍କ ଦର୍ଶନ କରିବାକୁ କାହିଁ କେତେ ଦୂରରୁ ଧାଇଁ ଆସିଛନ୍ତି ଭକ୍ତ । ଲିଙ୍ଗରାଜ ମନ୍ଦିରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନିର୍ଦ୍ଧାରିତ ସମୟ ରାତି ୧୦ଟାରେ ମହାଦୀପ ଉଠିବା ନେଇ ନିଷ୍ପତ୍ତିି ହୋଇଛି । ଭକ୍ତଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି କମିସନରେଟ୍ ପୋଲିସ ପକ୍ଷରୁ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି । ୪ଟି ସିଫ୍ଟରେ ପୋଲିସ ସମ୍ପୂର୍ଣ୍ଣ ସ୍ଥାନ ଜଗିବେ ବୋଲି ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ୫ ଅତିରିକ୍ତ ଡିସିପି, ୧୪ ଏସିପି, ୨୧ଜଣ ଆଇଆଇସି, ୮୪ ଜଣ ଏସ୍ଆଇ ଓ ଏଏସଆଇ ଓ ୯୩ ସେକ୍ସନ୍ ଫୋର୍ସଙ୍କ ଉପରେ ରହିବ ଜାଗର ସୁରକ୍ଷା ବ୍ୟବସ୍ଥା ।
BREAKING NEWS
- ରାଉରକେଲା ବିମାନ ଦୁର୍ଘଟଣା: ପାଇଲଟ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଲେ
- ସୁଯୋଗ ହାତଛଡା କରୁଛନ୍ତି ସଞ୍ଜୁ ସାମସନ
- ‘Border 2’ ରିଲିଜ ପରେ ମନକଥା କହିଲେ ଦିଲଜିତ୍…
- ଫିଟ ଅଛନ୍ତି ତ ବୁମରାହ, ଚିନ୍ତା ବଢ଼ାଇଲା
- Maoists Surrender: ୪୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୯ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
- ବିଜେଡି ଛାଡ଼ି ବିଜେପିରେ ମିଶିଲେ ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ କାଉନ୍ସିଲର
- ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି
- ଦୁନିଆରେ ମାନବ ସମାଜ ଠାରୁ ଅଧିକ ହେବ ରୋବୋଟ ସଂଖ୍ୟା..
- ବାଂଲାଦେଶ ବିପକ୍ଷରେ ଆଇସିସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ
- ଘରୋଇ ବସ୍ ମାଲିକ ସଂଘର ଧର୍ମଘଟ ଡାକରା ପ୍ରତ୍ୟାହୃତ
Comments are closed.