Latest Odisha News

BREAKING NEWS

ଜମ୍ମୁ ଓ କାଶ୍ମୀର: ସୁରକ୍ଷାବାହିନୀର ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଅନନ୍ତନାଗ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ନିକଟରେ ଜମ୍ମୁ ଓ କାଶ୍ମୀରରେ ପୋଷ୍ଟପେଡ୍ ମୋବାଇଲ୍ ସେବାକୁ ସକ୍ରିୟ କରାଯିବା ପରେ ଏହା ପ୍ରଥମ ଘଟଣା ବୋଲି ସୁତ୍ରରୁ ପ୍ରକାଶ ।

ମିଳିଥିବା ସୂଚନା ଅନୁଯାୟୀ ଅନନ୍ତନାଗ ଜିଲ୍ଲାର ବିଜବେହାର ଅଞ୍ଚଳ ନିକଟସ୍ଥ ପାଜଲପୋରାରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରେ ସେନା ପକ୍ଷରୁ ଉକ୍ତ ଅଞ୍ଚଳକୁ ଘେରାଉ କରାଯାଇ ସର୍ଚ୍ଚ ଅପରେସନ କରାଯାଉଥିବା ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ଏହାର ପାଲଟା ଜବାବ ଦେଇଥିଲେ ।

ତେବେ ନିହତ ଆତଙ୍କବାଦୀଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରୁ ଯବାନ ମାନେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସେନା ପକ୍ଷରୁ ତଲାସି ଅଭିଯାନକୁ ଜାରି ରହିଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.