Latest Odisha News

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ନୟାଗଡ: ନୟାଗଡ ଜିଲ୍ଲାର କ୍ଷୁଦ୍ରଜଳସେଚନ ପ୍ରକଳ୍ପ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିନୟ ସୁବୁଦ୍ଧିଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଗୁରୁବାର ଦିନ ତାଙ୍କ ଘରେ ଚଢାଉ କରିଛି ।

ଏପରିକି ଭିଜିଲାନ୍ସ ଟିମ୍ ତାଙ୍କ ଘର ସମେତ ଅଫିସରେ ମଧ୍ୟ ଚଢାଉ କରିଛି ।

ମିଳିଥିବା ସୂଚନା ଅନୁଯାୟୀ ଆର‌୍ୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଆଣ୍ଟି-କରପର୍ସନ ଅଧିକାରୀମାନେ ୮ଟି ସ୍ଥାନରେ ଚଢାଉ କରିଛନ୍ତି । ଏପରିକି ସମ୍ପୃକ୍ତ କାର୍ଯ୍ୟନିବାହୀ ଯନ୍ତ୍ରୀଙ୍କ ନୟାଗଡସ୍ଥିତ ପୈତୃକ ଘର ଓ କାର୍ଯ୍ୟାଳୟ ଏବଂ ଭୁବନେଶ୍ୱରସ୍ଥିତ ଘରେ ମଧ୍ୟ ଚଢାଉ କରିଛି ।

ତେବେ ଶେଷ ରିପୋର୍ଟ ଲେଖାଯିବା ବେଳକୁ ଏହି ଚଢାଉ କାର୍ଯ୍ୟ ଜାରି ରହିଛି ।

Leave A Reply

Your email address will not be published.