Latest Odisha News

BREAKING NEWS

ଇଡି ହାଜତରୁ ଦ୍ୱିତୀୟ ନିର୍ଦ୍ଦେଶ ପଠାଇଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ଏବେ ଜେଲରୁ ଚାଲୁଛି ଆପ୍ ସରକାର । ଇଡି ହାଜତରେ ରହି ଏବେ ସେଠାରୁ ସରକାର ଚଲାଇଛନ୍ତି ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ରବିବାର ପ୍ରଥମ ନିର୍ଦ୍ଦେଶ ଜାରି କରିଥିବା ବେଳେ ଆଜି ଆଉ ଏକ ନିର୍ଦ୍ଦେଶ ଜାରି କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଦିଲ୍ଲୀର ସ୍ୱାସ୍ଥ୍ୟ ମନ୍ତ୍ରୀ ସୌରଭ ଭରଦ୍ୱାଜ ।

ସ୍ୱାସ୍ଥ୍ୟ ମନ୍ତ୍ରୀ ସୌରଭ ଭରଦ୍ବାଜ କହିଛନ୍ତି, ‘ଦିଲ୍ଲୀବାସୀଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ । ଜେଲ୍ ଯିବା କାରଣରୁ ଦିଲ୍ଲିବାସୀଙ୍କୁ ଯେଭଳି କୌଣସି ଅସୁବିଧା ନହୁଏ ସେଥିପ୍ରତି ସେ ଚିନ୍ତିତ ରହିଛନ୍ତି କେଜ୍ରିଓ୍ବାଲ । ଦିଲ୍ଲୀରେ ସରକାରଙ୍କ ଦ୍ୱାରା ପରିଚାଳିତ ମୋହୋଲା କ୍ଳିନିକ୍ ଗୁଡ଼ିକରେ ଯେପରି ଲୋକେ ମାଗଣା ଔଷଧ ପାଇବା ସହିତ ମାଗଣାରେ ସମସ୍ତ ପ୍ରକାର ଟେଷ୍ଟ କରାଇପାରିବେ, ସେ କଥା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି’ ।

ଏହା ପୂର୍ବରୁ ଗତ ୨୪ ତାରିଖ ଅର୍ଥାତ୍ ରବିବାର ଦିନ ଇଡି ହେପାଜତରେ ଥାଇ ପ୍ରଥମ ସରକାରୀ ଆଦେଶ ଜାରି କରିଥିଲେ କେଜ୍ରିଓ୍ବାଲ । ଦିଲ୍ଲୀର ଶିକ୍ଷା ଓ ଜଳ ମନ୍ତ୍ରୀ ଆତିଶୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପ୍ରଥମ ନିର୍ଦ୍ଦେଶ ସମ୍ପର୍କରେ ଅବଗତ କରାଇଥିଲେ । ଦିଲ୍ଲୀର ଜଳ ସଙ୍କଟ ଦେଖାଦେଉଥିବା ଅଞ୍ଚଳରେ ତୁରନ୍ତ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିବାକୁ କେଜ୍ରିୱାଲ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ, ଇଡି ଟିମ୍ ଗତ ଗୁରୁବାର ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ପହଞ୍ଚି ପ୍ରାୟ ଦୁଇ ଘଣ୍ଟା ପଚରାଉଚରା ପରେ ତାଙ୍କୁ ଗିରଫ କରିଥିଲା । ଏବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଇଡି ହାଜତରେ ଅଛନ୍ତି ।

Comments are closed.