Latest Odisha News

BREAKING NEWS

ବିଜେଡ଼ିରେ ଯୋଗଦେଲେ ପାରଳାଖେମୁଣ୍ଡିର ପୂର୍ବତନ କଂଗ୍ରେସ ବିଧାୟକ କେ. ସୁରିଆ ରାଓ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ କେ. ସୁରିଆ ରାଓଙ୍କ ସମେତ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚନ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମାନ୍ୟବର ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା କେ.ସୁରିଆ ରାଓ ଏବଂ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ଶ୍ରୀ ନାୟକ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ନାୟକ ଓ ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା କେ. ସୁରିଆ ରାଓ  ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, କୌଣସି ଆଶା ନେଇ ବିଜେଡ଼ିରେ ମିଶିନାହିଁ । ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ସେପଟେ ଏହି ମିଶ୍ରଣ ପର୍ବରେ ଦଶପଲ୍ଲା ଏନଏସି ୱାର୍ଡ଼ ନଂ ୧୧ର ବିଜେପି କାଉନସିଲର କିରଣ କୁମାର ସାହୁ, ୱାର୍ଡ଼ ନଂ ୫ର ବିଜେପି କାଉନସିଲର ମାନିନୀ ସେଠୀ ଓ ଗରିଆ ବ୍ଲକ ଜୋନ ୮ର ବିଜେପି ଜିଲ୍ଲାପରିଷଦ ପ୍ରାର୍ଥୀ ମନୋରଞ୍ଜନ ମହାପାତ୍ର ବିଜେଡ଼ିରେ ସାମିଲ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ଦଶପଲ୍ଲା ଏନଏସିର ବିଜେଡ଼ି କାଉନସିଲରମାନେ ମଧ୍ୟ ଉପସ୍ଥିତ ଥିଲେ ।

 

Comments are closed.