Latest Odisha News

ତାମିଲନାଡୁରେ ନିର୍ବାଚନ ଡ୍ଯୁଟି ବେଳେ ଦୁର୍ଘଟଣା: କନଷ୍ଟେବଳ ପ୍ରମୋଦ କୁମାର ମାଝୀଙ୍କ ମୃତ୍ୟୁ

ଭୁବନେଶ୍ୱର: ତାମିଲନାଡୁ ରାଜ୍ୟର ତ୍ରିଚୀ ଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା କନଷ୍ଟେବଳ ପ୍ରମୋଦ କୁମାର ମାଝୀ ( C/୨୨୨)ଙ୍କ ଅକାଳ ବିୟୋଗ ଘଟିଛି। ତ୍ରିଚୀଠାରେ ନିଜର କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ଦୁର୍ଘଟଣାରେ ଶିକାର ହୋଇ ତାଙ୍କର ମୃତ୍ୟୁ ଘଟିଛି । ସେ ୫ମ ଆଇଆରବିଏନ ବାଟାଲିୟନ, ବୌଦ୍ଧଠାରେ କାର୍ଯ୍ୟରତ ଥିଲେ। ତାଙ୍କର ନିଜ ଘର ନୂଆପଡା ଜିଲ୍ଲା ଧର୍ମବନ୍ଧା ଗାଁରେ। ସେ ୨୦୦୯ ମସିହାରେ ରାଜ୍ୟ ପୋଲିସ ବିଭାଗରେ ଯୋଗ ଦେଇଥିଲେ।

ଉଲ୍ଲେଖଯୋଗ୍ୟ ଯେ,ଆଗକୁ ତାମିଲନାଡୁରେ ସାଧାରଣ ନିର୍ବାଚନ ରହିଛି। ଏହାର ସୁପରିଚାଳନା ନିମନ୍ତେ ରାଜ୍ୟ ପୋଲିସର ୩୦ଟି କମ୍ପାନୀ ତାମିଲନାଡୁ ଗସ୍ତରେ ଯାଇଛନ୍ତି।

ଗତ ୪ ତାରିଖରେ ଶ୍ରୀ ମାଝୀ ନିଜର କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ଏକ ଗାଡି ତାଙ୍କୁ ପଛ ପଟୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସେଠାରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗତ କାଲି ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କର ମୃତ୍ୟୁ ଖବର ଶୁଣି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଗଣ ଶୋକ ବ୍ୟକ୍ତ କରିଛନ୍ତି। ଏହା ସହ ଶ୍ରୀ ମାଝୀଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

Comments are closed.