Latest Odisha News

କେଜ୍ରିୱାଲଙ୍କୁ ଆଉ ଏକ ଝଟକା, କାର୍ଯ୍ୟରୁ ବହିଷ୍କୃତ ହେଲେ ବ୍ୟକ୍ତିଗତ ସଚିବ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଉ ଏକ ଝଟକା ଲାଗିଛି । କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଛି ଭିଜିଲାନ୍ସ ବିଭାଗ । ସରକାରୀ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିଥିବା ଅଭିଯୋଗରେ ଭିଜିଲାନ୍ସ ଆଜି ତାଙ୍କୁ କାର୍ଯ୍ୟରୁ ବହିଷ୍କାର କରିଛି ।

ତୁରନ୍ତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ବିଭବ କୁମାକଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି ।ବିଭାଗ କହିଛି ଯେ, ଅସ୍ଥାୟୀ ନିଯୁକ୍ତି ସହ ଜଡିତ କେନ୍ଦ୍ରୀୟ ସିଭିଲ ସର୍ଭିସ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କ ବିରୁଦ୍ଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

ସୂଚନାଯୋଗ୍ୟ, ବିଭବ କୁମାର ୨୦୦୭ ମସିହାରେ ଏକ ପୁଲିସ କେସରେ ସମ୍ମୁଖୀନ ହୋଇଥିଲେ । ସେତେବେଳେ ସେ ଜଣେ ସରକାରୀ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ସମୟରେ ତାଙ୍କ ବିରୁଦ୍ଧରେ ଥିବା ମାମଲା ବାବଦରେ ସୂଚନା ଦିଆଯାଇନଥିଲା । ଏହା ନିୟମର ଉଲ୍ଲଙ୍ଘନ ବୋଲି ଭିଜିଲାନ୍ସ କହିଛି ।

Comments are closed.