Latest Odisha News

BREAKING NEWS

‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମ: ୬ଟି ଜିଲ୍ଲାର ୬ଟି ବ୍ଲକ ପାଇଁ ୨୭.୫୧ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୬ଟି ଜିଲ୍ଲାର ୬ଟି ବ୍ଲକ ପାଇଁ ୨୭.୫୧ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଏହି ବ୍ଲକ ଗୁଡ଼ିକ ହେଲା – କଳାହାଣ୍ଡି ଜିଲ୍ଲାର ଜୟପାଟଣା, ପୁରୀ ଜିଲ୍ଲାର ନିମାପଡ଼ା, କଟକ ଜିଲ୍ଲାର କଣ୍ଟାପଡ଼ା, ବଲାଙ୍ଗୀର ଜିଲ୍ଲାର ଲୋଇସିଂହା, ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ଓ ଗଜପତି ଜିଲ୍ଲାର ରାୟଗଡ଼ ବ୍ଲକ ।

ଆଜି ମୁଖ୍ୟମନ୍ତ୍ରୀ ଜୟପାଟଣା ବ୍ଲକର ୨୨ଟି ପଞ୍ଚାୟତ ପାଇଁ ୪.୨୦ କୋଟି ଟଙ୍କାରେ ୧୯୩ଟି ପ୍ରକଳ୍ପ, ନିମାପଡ଼ା ବ୍ଲକର ୩୧ଟି ପଞ୍ଚାୟତ ପାଇଁ ୬.୫୭୮ କୋଟି ଟଙ୍କାରେ ୪୫୫ଟି ପ୍ରକଳ୍ପ, କଣ୍ଟାପଡ଼ା ବ୍ଲକର ୧୪ଟି ପଞ୍ଚାୟତ ପାଇଁ ୩.୭୧ କୋଟି ଟଙ୍କାରେ ୧୭୮ଟି ପ୍ରକଳ୍ପ, ଲୋଇସିଂହା ବ୍ଲକର ୨୦ଟି ପଞ୍ଚାୟତ ପାଇଁ ୪କୋଟି ଟଙ୍କାରେ ୧୯୯ଟି ପ୍ରକଳ୍ପ, ସାନଖେମୁଣ୍ଡି ବ୍ଲକର ୨୬ଟି ପଞ୍ଚାୟତ ପାଇଁ ୬.୫୦ କୋଟି ଟଙ୍କାରେ ୧୯୪ଟି ପ୍ରକଳ୍ପ ଓ ରାୟଗଡ଼ ବ୍ଲକର ୨୧ଟି ପଞ୍ଚାୟତ ପାଇଁ ୨.୫୨ କୋଟି ଟଙ୍କାରେ ୮୪ଟି ପ୍ରକଳ୍ପ । ଏହିପରି ସମୁଦାୟ ୬ଟି ବ୍ଲକର ୧୩୪ଟି ବ୍ଳକର ୧୩୪ଟି ପଞ୍ଚାୟତ ପାଇଁ ମୁଖ୍ୟମନ୍ତ୍ରୀ ୨୭.୫୧ କୋଟି ଟଙ୍କାରେ ୧୩୦୩ଟି ପକଳ୍ପ ମଞ୍ଚୁର କରିଛନ୍ତି ।

ଆଜିର କାର୍ଯ୍ୟକ୍ରମକୁ ମିଶାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୨୯ଟି ବ୍ଳକର ୨୯୮୪ଟି ଗ୍ରାମ ପଞ୍ଚାୟତ ସହିତ ଆଲୋଚନା ମାଧ୍ୟମରେ ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଏପର୍ଯ୍ୟନ୍ତ ୨୭୮୯୦ଟି ପ୍ରକଳ୍ପ ପାଇଁ ୬୮୪.୪୧ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

 

 

ସୂଚନାଯୋଗ୍ୟ ଯେ, ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଗ୍ରାମବାସୀଙ୍କ ସହିତ ସିଧାସଳଖ ଆଲୋଚନା ଜରିଆରେ ସେମାନଙ୍କ ପ୍ରସ୍ତାବିତ ପ୍ରକଳ୍ପ ଗୁଡ଼ିକୁ ମଞ୍ଜୁର କରିଛନ୍ତି ।

ଏହି କାର୍ଯ୍ୟକ୍ରମ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ, ସାମୁହିକ କାର୍ଯ୍ୟାନ୍ୱୟନ ଓ ସ୍ୱଚ୍ଛ ପ୍ରଶାସନର ଶ୍ରେଷ୍ଠ ଉଦାହରଣ ହୋଇପାରିଛି । ଏହି ୬ଟି ବ୍ଲକରେ ଆୟୋଜିତ କାର୍ଯ୍ୟକ୍ରମରେ ଆଜି ୫୦ ହଜାରରୁ ଅଧିକ ଲୋକ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପରିଷଦର ସଦସ୍ୟ, ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ, ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ପଞ୍ଚାୟତ ପ୍ରତିନିଧିମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.