Latest Odisha News

ଘଡ଼ଘଡ଼ି ସହ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ପୁଣି ଥରେ ପାଗରେ ପରିବର୍ତ୍ତନ । ଆଜି ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘଡ଼ଘଡ଼ି ସହ ବର୍ଷା ନେଇଆଗାମୀ ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର। ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ସାମାନ୍ୟ ତ୍ରାହି ମିଳିବ।

ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବଲାଙ୍ଗିର, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ଗଞ୍ଜାମକୁ ରାତି ୧୨ଟା ପର୍ଯ୍ୟନ୍ତ ଆଲର୍ଟ ଜାରି କରାଯାଇଛି। ସେହିପରି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେବେ କାଳବୈଶାଖୀ ଯୋଗୁଁ ଏହି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ତେଣୁ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ନିରାପଦ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Comments are closed.