ଭୁବନେଶ୍ୱର: ସଫଳତାର ଆଉ ଏକ ପାହାଚରେ ପାଦ ଦେଇଛି ସମ୍ମମ୍ ଅଲ୍ଟିମେଟ ମେଡିକେୟାର । ଉତ୍ତମ ସ୍ୱାସ୍ଥ୍ୟସେବା ଓ ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦେଉଥିବା ସମ୍ମମ୍ ଅଲ୍ଟିମେଟକୁ ଜଏଣ୍ଟ କମିଶନ ଇଣ୍ଟରନ୍ୟାସନାଲ୍ ବା ଜେସିଆଇ ପ୍ରାଇମ୍ ମାନ୍ୟତା ମିଳିଛି । ହସ୍ପିଟାଲ ପରିସରରେ ପ୍ରମୁଖ ମେଡିକାଲ୍ ଟେକ୍ନୋଲୋଜି କମ୍ଫାନୀ ବେକ୍ଟନ୍, ଡିକିନ୍ସନ୍ ଆଣ୍ଡ କୋ (ବିଡିଏ)ର ସହଯୋଗ ରେ ଏହି ମାନ୍ୟତା ପ୍ରଦାନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।
ସୂଚନା ଅନୁସାରେ, ଓଡିଶାର ପ୍ରଥମ ହସ୍ପିଟାଲ ଭାବେ ସମ୍ମମ୍ ଏହି କାର୍ଯ୍ୟକ୍ରମକୁ ସଫଳତାର ସହ ପୂରଣ କରିବା ସହ ୯୮.୪ ପ୍ରତିଶତ ଅନୁପାଳନ ରାଶି ହାସଲ କରି ଏହି ମାନ୍ୟତା ପ୍ରାପ୍ତ କରିଛି । ସମ୍ମମ୍ ର ସିଇଓ ଡକ୍ଟର ଶ୍ୱେତପଦ୍ମା ଦାଶ ହସ୍ପିଟାଲ ପକ୍ଷରୁ ଏହି ସାର୍ଟିପିକେଟ୍ ଗ୍ରହଣ କରିଥିଲେ । ଏହି ଅବସରରେ ହସ୍ପିଟାଲର ନର୍ସିଂ ଟିମ୍, ଫାର୍ମାସୀ ଟିମ୍, ବିଭିନ୍ନ ବିଭାଗର ମୁଖ୍ୟଙ୍କ ସମେତ ବିଡିର ଇଣ୍ଡିଆ ଓ ଦକ୍ଷିଣ ଏସିଆର ମେଡିକାଲ ଆଫେୟାରସ୍ ଲିଡର୍ ଡକ୍ଟର ପଙ୍କଜ ରାଇନା ଓ ଅନ୍ୟାନ୍ୟ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।
୨୦୨୨ ମସିହାରେ ହସ୍ପିଟାଲରେ ଜେସିଆଇ ପ୍ରାଇମ୍ ପ୍ରୋଗ୍ରାମ୍ ଆରମ୍ଭ ହୋଇଥିବା ବେଳେ ହସ୍ପିଟାଲର ଉପରିସ୍ଥ ଅଧିକାରୀମାନଙ୍କ ସହଯୋଗ ଓ ତତ୍ୱାବଧାନରେ ଇନଫେକ୍ସନ କଣ୍ଟ୍ରୋଲ ବିଭାଗ, ନର୍ସିଂ ଟିମ୍, ଫାର୍ମାସୀ ଟିମ୍, ଇନ୍ –ପେସେଣ୍ଟ ସର୍ଭିସେସ୍ ଟିମ୍ ଓ କ୍ୱାଲିଟି ମ୍ୟାନେଜମେଣ୍ଟ ଟିମ୍ ମିଳିତ ଭାବେ କାର୍ଯ୍ୟକରିଥିଲେ ।
ଏହି ସାର୍ଟିପିକେଟ୍ ପ୍ରୋଗ୍ରାମ୍ ସହିତ ‘ଇନଭ୍ସିଭ ଫଙ୍ଗାଲ୍ ଇନଫେକ୍ସନ ଆଇସିୟୁ ଏବଂ ଇନଫେକ୍ସନ୍ କଣ୍ଟ୍ରୋଲ କେୟାର୍ ବଣ୍ଡଲ୍’ ଭଳି ଦୁଇଟି ପ୍ରସଙ୍ଗରେ ଏକାଡେମୀକ ସେସନ୍ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏହି ଦୁଇଟି ସେସନରେ ସମ୍ମମ୍ ର କ୍ରିଟିକାଲ୍ କେୟାର ମେଡିସନ୍ ବିଭାଗର ସିନିୟର କନ୍ସଲଟାଣ୍ଟ ଡାକ୍ତର ଆନନ୍ଦ ମିଶ୍ର ଓ ଡାକ୍ତର ଅରୁଣ ରଥ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ ।
Comments are closed.