ଭୁବନେଶ୍ୱର: ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ବରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସ୍କା, ସୁନ୍ଦରଗଡ଼ରେ ଆଜି ପଡ଼ିବ ଭୋଟ୍। ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛିବେ ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ ହଜାରରୁ ଅଧିକ ମତଦାତା ସେମାନଙ୍କର ପସନ୍ଦର ନେତା ବାଛିବେ। ନିର୍ବାଚନ ମଇଦାନରେ ମୋଟ୍ ୪୦ଟି ଆସନ ପାଇଁ ୪୦ଜଣ ନେତା ବଛା ହେବାକୁ ଥିବାବେଳେ ୩୦୫ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।
୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଥିବା ବେଳେ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ଜଣ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢୁଥିବା କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ବି ଆଜି ପଡିବ ଭୋଟ। ୨୦ ପ୍ରତିଶତ କେନ୍ଦ୍ର ସମ୍ବେଦନଶୀଳ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସମ୍ବେଦନଶୀଳ ବିଥଗୁଡିକରେ ସକାଳ ୭ଟାରୁ ମତଦନ ଆରମ୍ଭ ହୋଇ ୪ଟାରେ ସରିବ। ଅନ୍ୟ ସମସ୍ତ ବୁଥରେ ୬ଟାରେ ମତଦାନ ସରିବାକୁ ଥିବା ବେଳେ କିଛି ବୁଥରେ ୫ଟାରେ ଶେଷ ହେବ।
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ମୋଟ୍ ୯୧୪୮ଟି ବୁଥ୍ରୁ ପ୍ରାୟ ୨୦% ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳ ଓ ସମ୍ବେଦନଶୀଳ ବୁଥ୍ ହୋଇଥିବାରୁ ସେଠାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୬୦% ବୁଥ୍ରେ ୱେବ୍ ସ୍କ୍ରିନିଂ କରି ପୋଲିଂ ଅଧିକାରୀ ଓ ମତଦାତାଙ୍କ ଉପରେ ନଜର ରଖାଯିବ। ମୋଟ୍ ୧୦୨ କମ୍ପାନି ସିଏପିଏଫ୍ ମୁତୟନ ହୋଇଛନ୍ତି। ୯୩୩ଟି ବୁଥ୍ରେ ସକାଳ ୭ଟାରୁ ଅପରାହ୍ନ ୫ଟା ଏବଂ ୧୬୮୯ଟି ବୁଥ୍ରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ନିଷ୍ପତ୍ତି ହୋଇଛି।
Comments are closed.