Latest Odisha News

BREAKING NEWS

ମୟୂରଭଞ୍ଜରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ

ମୟୂରଭଞ୍ଜ: ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ଭୋଟିଂ। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲ୍ଲାର ଦୁଇଟି ସ୍ଥାନରେ ହେବାକୁ ଥିବା ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ସାମିଲ ହେବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ପ୍ରଥମେ ରାଇରଙ୍ଗପୁର ଓ ପରେ ବାରିପଦା ଛଉ ପଡିଆଠାରେ ଆୟୋଜିତ ସମାବେଶରେ ସାମିଲ ହୋଇ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ।

ପ୍ରଥମେ ରାଇରଙ୍ଗପୁର ସ୍ଥିତ କନ୍ୟାଶ୍ରମ ପଡ଼ିଆରେ ଦିନ ୧୧:୩୦ରେ ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥାନୀୟ କଚେରୀ ପଡ଼ିଆରେ ଆୟୋଜିତ ନିର୍ବାଚନୀ ପ୍ରଚାର ସମାବେଶରେ ଯୋଗ ଦେବେ। ଏହାପରେ ମଧ୍ୟାହ୍ନ ୧୨ଟା ୩୫ରେ ସିଧାସଳଖ ବାରିପଦା ସହରର ଐତିହାସିକ ଛଉ ପଡିଆଠାରେ ପହଞ୍ଚି ସେଠାରେ ପ୍ରଚାର ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ ନବୀନ ପଟ୍ଟନାୟକ। ଅପରାହ୍ନ ୧ ଟା ୧୫ରେ ବାରିପଦାସ୍ଥିତ ସର୍କିଟ ହାଉସଠାରେ ମଧ୍ୟାହ୍ନ ଭୋଜନ କରି କିଛି ସମୟ ବିଶ୍ରାମ ନେବେ। ଅପରାହ୍ଣ ୩:୨୫ ମି.ରେ ଛଉ ପଡିଆରୁ ହେଲିକ୍ୟାପ୍ଟର ଯୋଗେ ବାଲେଶ୍ୱର ଜିଲ୍ଲାକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବାରିପଦା ବିଜେଡି ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି। ବିଶେଷ କରି ବିଜେଡି ସୁପ୍ରିମୋଙ୍କ ପ୍ରଚାର ଦଳୀୟ ପ୍ରାର୍ଥୀଙ୍କ ବିଜୟ ସୁନିଶ୍ଚିତ କରିବ ବୋଲି ବିଜେଡି ଆଶା ରଖିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେଡି ସମର୍ଥକ ପ୍ରସ୍ତୁତ ହେବା ସହ ଉତ୍ସାହିତ ଅଛନ୍ତି।

 

Comments are closed.