Latest Odisha News

ଆହୁରି ତିନି ଦିନ ତାତିରୁ ନାହିଁ ତ୍ରାହି, ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ

ଭୁବନେଶ୍ୱର: ପଶ୍ଚିମ ଆକାଶରୁ ଅଗ୍ନିବର୍ଷା। ଗୁଳୁଗୁଳିରେ ଛଟପଟ ଉପକୂଳ ଓଡ଼ିଶା। ଆହୁରି ତିନି ଦିନ ତାତିରୁ ନାହିଁ ତ୍ରାହି । ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ। ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ରାଜ୍ୟରେ ଆହୁରି ୩ ଦିନ ରହିବି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ରାଜ୍ୟରେ ହିଟୱେଭ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଗତକାଲି ରାଜ୍ୟର ୩ ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା। ବୌଦ୍ଧରେ ସର୍ବାଧିକ ୪୫.୯ ଡିଗ୍ରୀ ସେଲସିୟସ, ସୋନପୁରରେ ୪୫.୩ ଡିଗ୍ରୀ ଏବଂ ଟିଟଲାଗଡରେ ତାପମାତ୍ରା ରହିଥିଲା ୪୫ ଡିଗ୍ରୀ। ସେହିପରି ୧୦ଟି ସହରର ତାପମାତ୍ରା ୪୩ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା।

ବାତ୍ୟା ରେମାଲ ପ୍ରଭାବରେ କିଛି ଦିନ ଧରି ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ କମିଥିଲା । କିନ୍ତୁ ବାତ୍ୟା ଚାଲିଯିବା ପରେ ପୁଣି ପଶ୍ଚିମା ଉଷ୍ମ ବାୟୁ ପ୍ରବାହ ଆରମ୍ଭ ହୋଇଛି । ଫଳରେ ପଶ୍ଚିମ ଓଡ଼ିଶାରେ ତାତି ବଢ଼ିବା ସହ ଉପକୂଳ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି । ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହିଥିବାରୁ ଅଧିକ ଗରମ ଅନୁଭୂତ ହେଉଛି । ୭ଟି ଅଞ୍ଚଳରେ ୪୪ଡିଗ୍ରୀ ଉପରେ ରହିଛି ତାପମାତ୍ରା ଏବଂ ମୋଟ୍ ୧୭ଟି ସ୍ଥାନରେ ୪୦ଡିଗ୍ରୀ ଉପରେ ରହିଛି ତାତି ।

 

Comments are closed.