Latest Odisha News

BREAKING NEWS

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ପ୍ରାର୍ଥି ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ । ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ ।

ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ଶୁକ୍ରବାର  ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଏ ନେଇ ପ୍ରଶାନ୍ତଙ୍କ ଓକିଲ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ,ଗତ ୨୫ ତାରିଖରେ ବୋଲଗଡ଼ ବ୍ଲକ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗା ଭଙ୍ଗାରୁଜା ନେଇ ପୋଲିସ ପ୍ରଶାନ୍ତଙ୍କୁ ଗିରଫ କରି ଜେଲ୍ ପଠାଇଥିଲା । ପ୍ରଶାନ୍ତଙ୍କ ପକ୍ଷରୁ ହାଇକୋର୍ଟ ଓକିଲ ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଆଇନଜୀବୀ ଏହି ମାମଲାରେ ଯୁକ୍ତି ବାଡିଥିଲେ। ସମସ୍ତ ଯୁକ୍ତି ଶୁଣିବା ପରେ ମାନ୍ୟବର କୋର୍ଟ  ତାଙ୍କ ଜାମିନ ଖାରଜ କରିଥିବା ତାଙ୍କ ସରକାରୀ ଓକିଲ କହିଛନ୍ତି ।

Comments are closed.