Latest Odisha News

ପୁରୀ ବାଣ ବିସ୍ଫୋରଣ ଘଟଣା: ୧୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

କଟକ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ସେପଟେ ବର୍ତମାନ ସୁଦ୍ଧା ୧୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ ଏସଆରସି କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି । ଆଜି ସକାଳେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି ।

ସୂଚନା ଅନୁସାରେ, ଗତ ମେ’ ୨୯ ତାରିଖରେ ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଘଟିଥିଲା ଅଘଟଣ । ପରମ୍ପରା ଅନୁଯାୟୀ ନରେନ୍ଦ୍ର ପୁଷ୍ଟରିଣୀ ନିକଟରେ ବାଣି ଫୁଟାଇ ଥିଲେ । ତେବେ ବାଣ ଫୁଟାଇଲା ବେଳେ ଏକ ବାଣ ଗଦାରେ ନିଆଁ ପଡ଼ି ଯିବାରୁ ସେଗୁଡ଼ିକ ଫୁଟି ଯାଇଥିଲା ଓ ଏହି ଅଘଟଣ ଘଟିଥିଲା। ଘଟଣାରେ ଏକାଧିକ ଲୋକ ଆହତ ହୋଇଥିଲେ । ସେମାନଙ୍କୁ ଗୁରୁତର ଅବସ୍ଥାରେ କଟକ ଏବଂ ଭୁବନେଶ୍ଵରର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ବର୍ତ୍ତମାନ ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ମୃତ୍ୟୁ ସଂଖ୍ୟା ବଢି ବର୍ତ୍ତମାନ ସୁଦ୍ଧା ୧୩ରେ ପହଞ୍ଚିଛି ।

Comments are closed.