Latest Odisha News

BREAKING NEWS

ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷିବ: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ

ଭୁବନେଶ୍ୱର : ଓଡ଼ିଶାର ୧୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୋମବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇ.ଏମ.ଡ଼ି) ସତର୍କ ସୂଚନା ଦେଇଛନ୍ତି ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦର ସୂଚନାନୁସାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇ ଘୂର୍ଣ୍ଣିଝଡ଼ର ରୂପେ ନେଇଛି । ଫଳରେ ଓଡ଼ିଶା ସମେତ ପଶ୍ଚିମବଙ୍ଗର ଅନେକ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲା – ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ରାୟଗଡ଼ା ଜିଲ୍ଲା ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ବରିଷ୍ଠ ପାଣିପାଗ ଅଧିକାରୀ ପ୍ରବୀର ବଳ କହିଛନ୍ତି, “ଏହାଛଡ଼ା ଆଗାମୀ କିଛିଘଣ୍ଟା ମଧ୍ୟରେ କିଛି ଜିଲ୍ଲା ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡ଼ିକ ହେଲା – କେନ୍ଦୁଝର, ଢେଙ୍କାନାଳ, ମୟୁରଭଞ୍ଜ, ବରଗଡ଼, କଟକ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, କଳାହାଣ୍ଡି ଏବଂ ରାୟଗଡ଼ା” ।

ଏହାଛଡ଼ା ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାମାନଙ୍କରେ ମଧ୍ୟ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରିଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର କର୍ତ୍ତୃପକ୍ଷ ।

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୭ ତାରିଖ ମଧ୍ୟରେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଘଣ୍ଟାପ୍ରତି ୩୫ରୁ ୪୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ମତ୍ସ୍ୟଜୀବିମାନେ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରିଛନ୍ତି ପାଣିପାଗ ବିଭାଗ ।

ଏହି ବୃଷ୍ଟିପାତ ସମୟରେ ନିରାପଦ ସ୍ଥାନମାନଙ୍କରେ ରହିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗର କର୍ତ୍ତୃପକ୍ଷ ।

ତେବେ ପାଣିପାଗ କେନ୍ଦ୍ରର ଜାରି ହୋଇଥିବା ଏହି ସତର୍କ ସୂଚନାକୁ ଭିତ୍ତିକରି ରାଜ୍ୟ ସରକାରଙ୍କ ସ୍ପେଶାଲ ରିଲିଫ କମିଶନର (ଏସଆରସି) ୧୩ଟି ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କତା ଅବଲମ୍ବନ କରି ଆବଶ୍ୟକାନୁସାରେ ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.