Latest Odisha News

ଆସନ୍ତା ୩ ଦିନ ଯାଏଁ ସିଝିବ ଓଡିଶା, ରାଜ୍ୟରେ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ଦିନ ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ସମେତ ଦକ୍ଷିଣ ଛତିଶଗଡ଼ର କିଛି ଅଞ୍ଚଳ, ଉପକୂଳ ଆନ୍ଧ୍ର, ତେଲେଙ୍ଗାନା, ମହାରାଷ୍ଟ୍ରର କିଛି ଅଞ୍ଚଳରେ ମୌସୁମୀ ଛୁଇଁବାକୁ ଥିବାରୁ ପାଗ ଅନୁକୂଳ ରହିଛି । ମୌସୁମୀ ଆସିବା ପୂର୍ବରୁ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗରମ ସହ ଗୁଳୁଗୁଳି ଅନୁଭୂତ ହେବ । ଏନେଇ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ୨ ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ଦିନ ତାପମାତ୍ରା ।

ଏହାସହ ଗରମ ଓ ଅସହ୍ୟ ଗୁଳୁଗୁଳି ମଧ୍ୟ ବୃଦ୍ଧି ପାଇବ ସନ୍ତୁଳି ହେବେ ରାଜ୍ୟବାସୀ । ଶନିବାର ପାଇଁ ରାଜ୍ୟର ୩ ଟି ଜିଲ୍ଲା ବରଗଡ଼, ବଲାଙ୍ଗିର, ନୂଆପଡ଼ାରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ,୧୧ ଜିଲ୍ଲାରେ ଗରମ ସହ ଗୁଳୁଗୁଳି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

ସେହିପରି, ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୩ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ଝଡ଼ ତୋଫାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୨ ତାରିଖ ଯାଏଁ ଝଡ଼ ତୋଫାନ ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Comments are closed.