Latest Odisha News

ଆଉ କିଛି ସମୟ ପରେ ଶପଥ ଗ୍ରହଣ ଉତ୍ସବ, ସମାରୋହରେ ଯୋଗଦେବେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଉ କିଛି ସମୟ ପରେ ଶପଥ ଗ୍ରହଣ ଉତ୍ସବ। ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଏହି ଅବସରରେ ୩ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଶପଥ ସମାରୋହରେ ଯୋଗଦେବେ। ତେବେ ଭୁବନେଶ୍ୱରରେ ପହଞ୍ଚିଯାଇଛନ୍ତି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଭୁବନେଶ୍ୱର ପହଞ୍ଚିଯାଇଛନ୍ତି।

ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଶପଥ ସମାରୋହରେ ଯୋଗଦେବେ। ମିଳିଥିବା ସୂଚନା ମୁତାବକ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ନେଇ ସୂଚନା ରହିଛି ।

ସେହିପରି ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶପଥ ସମାରୋହରେ ଯୋଗଦେବା ପାଇଁ ପହଞ୍ଚଛନ୍ତି ପ୍ରଧାନମନ୍ତ୍ରୀ। ବୁଧବାର ସଂଧ୍ୟାରେ ଜନତା ମଇଦାନରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରମୁଖ ମଧ୍ୟ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସାମିଲ ହେବେ । ଅପରାହ୍ନ ୪ଟା ୪୫ ମିନିଟ୍ ସମୟରେ ଜନତା ମୈଦାନରେ ଶପଥ ଗ୍ରହଣ ଉତ୍ସବ ହେବାକୁ ଥିବାବେଳେ, ମୋହନ ମାଝୀଙ୍କ ସହ ତାଙ୍କ ମନ୍ତ୍ରୀ ମଣ୍ଡଳ ପଦ ଓ ଗୋପନୀୟତାର ଶପଥ ପାଠ କରିବେ ।

Comments are closed.