Latest Odisha News

BREAKING NEWS

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ ହେବେ ସାମିଲ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୋଦି ସିଧା ରାଜଭବନ ଯାଇଛନ୍ତି । ସେଠାରେ କିଛି ସମୟ ବିଶ୍ରାମ ନେବା ପରେ, ସଂଧ୍ୟାରେ ଜନତା ମୈଦାନରେ ହେବାକୁ ଥିବା ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏଥିପାଇଁ ବ୍ୟାପକ ଆୟୋଜନ କରାଯାଇଛି ।

ଆଜି ଅପରାହ୍ନ ୪ ଟା ୪୫ ମିନିଟ୍ ସମୟରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସମୟ ଧାର୍ଯ୍ୟ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଶପଥ ଗ୍ରହଣ କରିବେ ।

ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଅମିତ ଶାହା, ରାଜନାଥ ସିଂହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ତ୍ରିପୁରୀ ମୁଖ୍ୟମନ୍ତ୍ରୀ ମାଣିକ ଶାହ ଓ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ସାମିଲ ହେବେ ।

ସୂଚନାଯୋଗ୍ୟ, ମଙ୍ଗଳବାର ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମନମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହୋଇଥିଲା । ଏହାପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଥିଲେ ରାଜ୍ୟପାଳ ରଘୁବର ଦାସ । ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ନିମନ୍ତେ ଆମନ୍ତ୍ରଣ କରିଛନ୍ତି ।

Comments are closed.