Latest Odisha News

BREAKING NEWS

ତାତିରୁ ମିଳିବ ଆଶ୍ବସ୍ତି;୧୭ରୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସମ୍ଭାଳ ତାତି ଭିତରେ ଆସିଲା ଭଲ ଖବର । ଆସନ୍ତା ୧୭ ତାରିଖରୁ ରାଜ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ ବିଭାଗର ସୂଚନା ଅନୁସାରେ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବୋହିପାରେ । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଆସନ୍ତାକାଲି ଅର୍ଥାତ୍ ୧୫ ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ନେଇ ସୂଚନା ଦେଇଛି ବିଭାଗ । ଗ୍ରୀଷ୍ମ ପ୍ରବାହ ସାମାନ୍ୟ କମିବା ସହ ବର୍ଷା ହେବ । ୧୬ ତାରିଖରେ କୋରାପୁଟ, ନବରଙ୍ଗପୁର, ରାୟଗଡା ଓ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Comments are closed.