ଭୁବନେଶ୍ଵର: ପଟ ବଦଳାଇଛି ଓଡିଶା ରାଜନୀତି । ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ । ମଙ୍ଗଳବାର ବିଜେପି ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିବା ପରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଚନ୍ତି ମୋହନ ଚରଣ ମାଝୀ । ଆଉ ଶପଥ ନେବା ପରା ପରେ ପୂରା ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ପୂରା ଭାଳି ପଡିଛି । ଘଟଣାସ୍ଥଳକୁ ନିଜେ ଯାଇ ସମୀକ୍ଷା କରୁଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟ । ଶାସନଭାର କାନ୍ଧକୁ ନେଉ ନେଉ ଗ୍ରାଉଣ୍ଡ ଜିରୋରେ ଏବେ ପୂରା ଆକ୍ଟିଭ ମୁଖ୍ୟମନ୍ତ୍ରୀ । ଏହାସହିତ ବିଭିନ୍ନ ଅଫିସରଙ୍କୁ ଭେଟି ରାଜ୍ୟର ଶାସନ ବ୍ୟବସ୍ଥା ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହିତ ନିଜ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ପ୍ରତିଦିନ ଗରିବ ଅସହାୟ ବ୍ୟକ୍ତିଙ୍କୁ ଭେଟି ସେମାନଙ୍କ ଦୁଃଖ ଶୁଣିବା ସହିତ ଆଶ୍ୱାସନା ଦେଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ | ଗରିବଙ୍କର ସରକାର ସାଜିଛନ୍ତି |
ସେହି କ୍ରମରେ ରବିବାର ଅପରାହ୍ନରେ କିଛି ଛଟେଇ କମ୍ପ୍ୟୁଟର ଶିକ୍ଷକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ସେମାନଙ୍କ ଭିତରେ ଜଣେ ଭିନ୍ନକ୍ଷମ ଶିକ୍ଷକ ରହିଥିଲେ ଯାହାଙ୍କର ନାମ ଥିଲା ଅର୍ଜୁନ ନାୟକ। ଅର୍ଜୁନଙ୍କର ଗୋଟିଏ ଗୋଡ ନ ଥିଲା। ଦୁର୍ଘଟଣାରେ ସେ ଗୋଟିଏ ଗୋଡ ହରାଇ ଥିଲେ। ତାଙ୍କୁ ଦେଖି ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବ ସହିତ ତାଙ୍କ ସମସ୍ୟା ବିଷୟରେ ପଚାରି ବୁଝିଥିଲେ | ତାଙ୍କୁ ନିଜ ହାତରେ ପାଣି ପିଆଇଦେଇ ଅଧର୍ଯ୍ୟ ନ ହେବା ପାଇଁ ସାନ୍ତ୍ୱନା ଦେଇଛନ୍ତି |
ତେବେ ସାଧାରଣ ମହଲରେ ଏହାକୁ ଅନେକ ଲୋକ ପ୍ରଶଂସା କରିବ ସହିତ ଜଣେ ,ମୁଖ୍ୟମନ୍ତ୍ରୀ ହୋଇ ଯେଭଳି ଭାବରେ ସେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି ତାହା ଦେଖି ଆଶ୍ଚର୍ଯ୍ୟ ମଧ୍ୟ ହୋଇଛନ୍ତି |
BREAKING NEWS
- Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
- ଟି୨୦ ବିଶ୍ୱକପ: ଭାରତ ସହ ଖେଳିବନି ପାକିସ୍ତାନ
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
- ବଜେଟରେ ନିର୍ମଳା ସୀତାରମଣଙ୍କ ଶାଢ଼ି ସ୍ୱାଗ୍, ପ୍ରତ୍ୟେକ ଥର ଏକ ଭିନ୍ନ ଶୈଳୀ ଆସନ୍ତି ନଜର…
- ନନ୍ଦନକାନନରେ କୁମ୍ଭୀର ମୃତ; ୮ ଦିନରେ ୫…
Comments are closed.