Latest Odisha News

BREAKING NEWS

ଭୁବନେଶ୍ୱରର ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ବର: ରାଜଧାନୀର ଏକ ଆପାର୍ଟମେଣ୍ଟରେ ଲାଗିଛି ଭୟଙ୍କର ଅଗ୍ନିକାଣ୍ଡ। ଭୁବନେଶ୍ୱର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ସକାଳୁ ସକାଳୁ ଲାଗିଛି ନିଆଁ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କେହି ଆହତ ହୋଇନଥିବା ଜଣାପଡ଼ିଛି।

ଘଟଣା ସମ୍ପର୍କରେ ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରେ ନିଆଁ ଲାଗିଛି। ଉକ୍ତ ଫ୍ଲାଟଟି ଦୀର୍ଘ ଦିନ ହେଲା ତାଲା ପଡ଼ିଥିବାରୁ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଲାଗିଥିବା ଅନୁମାନ କରାଯାଉଛି।

ଏହି ଅଗ୍ନିକାଣ୍ଡରେ କେତେ ଧନ ଜୀବନ ନଷ୍ଟ ହୋଇଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ । ଅନ୍ୟପଟେ ଆପାର୍ଟମେଣ୍ଟର ଅନ୍ତେବାସୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଛି। ଚାରିଆଡ଼େ ଧୂଆଁ ଖେଳି ଯାଇଥିବାରୁ କିଛି ଲୋକ ଅଣନିଶ୍ୱାସୀ ହୋଇ ପଡ଼ିଥିବା ଅଭିଯୋଗ କରିଛନ୍ତି। ତେବେ କେହି ମେଡିକାଲରେ ଭର୍ତ୍ତି ହୋଇ ନଥିବା ଜଣାଯାଇଛି।

Comments are closed.