Latest Odisha News

BREAKING NEWS

ମହାପ୍ରଭୁଙ୍କ ସେନାପଟା ଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ପବିତ୍ର ସ୍ନାନ ପୂର୍ଣ୍ଣିମା ପାଇଁ ସେନାପଟା ଲାଗି ନୀତି ନିମନ୍ତେ ଆସନ୍ତାକାଲି ପୂର୍ବାହ୍ନ ୧୧ଟା ଯାଏଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ରାତି ୧୨ଟା ଠାରୁ କାଲି ଦିନ ୧୧ଟା ଯାଏଁ ଦର୍ଶନ ବନ୍ଦ ରହିବ।

ସେପଟେ ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ ହୋଇଛି । ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କରନ୍ତି ଦଇତାପତି । ସନ୍ଧ୍ୟାଧୂପ ପରେ ଦଇତାପତି ସେବାୟତ ମହାପ୍ରଭୁଙ୍କୁ ବାହୁଟ କଣ୍ଟ ଲାଗି କରିବେ । ସ୍ନାନଯାତ୍ରା ପହଣ୍ଡି ପାଇଁ କୋଠସୁଆଂସିଆ ସେବକମାନେ ଆଜି ରତ୍ନସିଂହାସନରେ ଚାରମାଳ ବାନ୍ଧିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତିମାନେ ସେନାପଟ ଲାଗି କରିବେ।

ସୂଚନାଯୋଗ୍ୟ ଯେ, ଆଉ ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା । ଆଜିଠୁ ଆରମ୍ଭ ହୋଉଛି ଦେବସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି ପର୍ବ ।ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ୧୦୮ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନମଣ୍ଡପରେ ମହାପ୍ରଭୁ ଦିବ୍ୟସ୍ନାନ କରିବା ପରେ ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ । ଏଥିପାଇଁ ହାତୀବେଶର ସାଜ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ ।

Comments are closed.