Latest Odisha News

‘ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମ ଲୋକଙ୍କ ପାଖରେ ପହଞ୍ଚିବ, ଖାଲି ପଡିଥିବା ପଦବୀ ପୂରଣ ହେବ’

ଭୁବନେଶ୍ବର: ରାଜ୍ୟରେ ଆକ୍ଟିଭ ମୋଡରେ ନୂଆ ସରକାର । ଆଜି ରାଜ୍ୟ ଅତିଥିଭବନ ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ, ନିର୍ଦ୍ଦେଶକ ଓ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ବିଭାଗରେ ଖାଲି ଥିବା ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ ପାଇଁ ନିଆଯାଉଥିବା ପଦକ୍ଷେପ, ବଜେଟ୍‌ ବ୍ୟବସ୍ଥା, ଜିଲ୍ଲା ସ୍ତରୀୟ କାର୍ଯ୍ୟାଳୟକୁ ଅଧିକ ସୁଦୃଢ଼ କରିବା, ସାମାଜିକ ଗଣମାଧ୍ୟମ ପରି ଗୁରୁତ୍ଵପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହୋଇଥିଲା ।

ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କଲ୍ୟାଣକାରୀ ଯୋଜନା ସଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ବୃତ୍ତିଗତ ଦକ୍ଷତା ବୃଦ୍ଧି ପାଇଁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଏହା ସହ ଖାଲି ପଡ଼ିଥିବା ପଦବୀଗୁଡ଼ିକ ଶୀଘ୍ର ପୂରଣ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

 

Comments are closed.