Latest Odisha News

ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଓଡିଶାର ପ୍ରାୟ ଅଧିକାଂଶ ସ୍ଥାନରେ ପହଞ୍ଚିସାରିଲାଣି ମୌସୁମୀ। ୨ ରୁ ୩ ଦିନ ଭିତରେ ରାଜ୍ୟର ସମସ୍ତ ଜିଲ୍ଲାକୁ ସ୍ପର୍ଶ କରିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସେପଟେ ନୂତନ ସରକାର ଗଢ଼ିବା ପରେ ଆକ୍ସନ ମୋଡରେ ଅଛନ୍ତି ମୂଖ୍ୟମନ୍ତ୍ରୀ ମୋହନ ମାଝୀ। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ସମସ୍ତଙ୍କ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଜଳ ସଂପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀ ମାଝୀ। ଏନେଇ ସୂଚନା ଦେଇଛନ୍ତି  ବିଭାଗୀୟ ସଚିବ ଅନୁ ଗର୍ଗ ।

ଆଜି ସମୀକ୍ଷା ବୈଠକରେ ବନ୍ୟା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଦୁର୍ବଳ ନଦୀବନ୍ଧ ଅଧିକ ସୁଦୃଢ଼ କରିବା ସହ ସଜାଗ ରହିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ସେହିପରି ବନ୍ୟା ଆସିବା ପୂର୍ବରୁ ସବୁ ଡ୍ୟାମରେ ମକ ଡ୍ରିଲ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ବାଦ ବିଳମ୍ବିତ ପ୍ରକଳ୍ପ କାମ କୁ ତ୍ୱରାନ୍ୱିତ ପାଇଁ ବି ପରାମର୍ଶ ଦିଆଯାଇଛି। ବନ୍ୟା ନିୟନ୍ତ୍ରଣ ନୀତି ଆଣିବାକୁ ଯେଉଁ ସଂକଳ୍ପ ପତ୍ର ଜାରି କରାଯାଇଛି ସେ ଦିଗରେ ଏବେଠୁ କାମ ଆରମ୍ଭ ହେବ ବୋଲି ଉନ୍ନୟନ କମିଶନ ଅନୁ ଗର୍ଗ ସୂଚନା ଦେଇଛନ୍ତି।

Comments are closed.