Latest Odisha News

ଜଳିଗଲା ଆମ୍ବୁଲାନ୍ସ, ୪ ଗୁରୁତର

ଜଳେଶ୍ୱର: ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ । ଦୁର୍ଘଟଣା ପରେ ହୁତୁ ହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ । ଏନ୍‌ଏଚ୍‌-୧୬ ମିରିଗିମୁଣ୍ଡି ଛକରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ୪ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ବସ୍ତାରୁ ରୋଗୀଙ୍କୁ ନେଇ ବାଲେଶ୍ୱର ଆସିବା ଏନ୍‌ଏଚ୍‌-୧୬ ମିରିଗିମୁଣ୍ଡି ଛକରେ ଠିଆ ହୋଇଥିବା ଏକ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ । ଦୁର୍ଘଟଣା ଫଳରେ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଥିଲା । । ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ୪ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛି । ଘଟଣାସ୍ଥଳରେ ରୁପସା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Comments are closed.