Latest Odisha News

୧୪ ଜିଲ୍ଲାକୁ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୩ ଘଣ୍ଟିଆ ସତର୍କତା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବିଜୁଳି , ଘଡଘଡି ସହ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଗାମୀ ୩ ଘଣ୍ଟାରେ ନୟାଗଡ଼, କନ୍ଧମାଳ, ନୂଆପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ରାୟଗଡ଼ା ଜିଲ୍ଲା ପାଇଁ ଚେତାବନୀ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

ଏହି ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଘର ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଥାଉକି ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ସେଥିପାଇଁ ଜାରି ରହିଛି ବର୍ଷା । ୨୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ଘଡଘଡି ସାଙ୍ଗକୁ ହାଲୁକା ବର୍ଷା । ତେବେ ୨୬ ତାରିଖରୁ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗର ଆକଳନ ।

ଅନ୍ୟପଟେ ଆସନ୍ତା ୨୭ ତାରିଖରେ ଘୂର୍ଣ୍ଣିବଳୟ ହେବା ନାଇ ପାଣିପାଗ ବିଭାଗ ଆଶଙ୍କା କରିଛି। ଏଥିଲାଗି ପ୍ରବଳ ବର୍ଷା ଏବଂ ବନ୍ୟା ହେବାର ଆଶଙ୍କା ରହିଥି। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି । ଜଳ ସଂପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ ଗର୍ଗଙ୍କ ସୂଚନା ରହିଛି ।

Comments are closed.