ବ୍ରହ୍ମପୁର:ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିଆଁ । ମେଡିକାଲ ଉପର ମହଲା ସିଡି ତଳେ ଲାଗିଛି ନିଆଁ । ନିଆଁ ଲାଗିବା ଦେଖି ରୋଗୀଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଓଭର ଲୋଡିଂ ପାଇଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି।
ସୂଚନା ଅନୁସାରେ, ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଉପର ମହଲା ସିଡି ତଳେ ନିଆଁ ଲାଗିଛି। ସର୍ଟସର୍କିଟ କାରଣରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ତେବେ ଅଗ୍ନିକାଣ୍ଡରେ ଜୀବନ ହାନି ହୋଇନଥିବା ବେଳେ ଅନେକ ଜରୁରୀ କାଗଜ ପତ୍ର ଓ ଜିନିଷ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି।
Comments are closed.