Latest Odisha News

BREAKING NEWS

ପୁଣି ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ, ଇସ୍ତଫା ଦେଲେ ଚମ୍ପାଇ

ରାଞ୍ଚି: ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ। ଚମ୍ପାଇ ସୋରେନ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏହା ସହିତ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) କାର୍ଯ୍ୟନିର୍ବାହୀ ସଭାପତି ହେମନ୍ତ ସୋରେନ ସରକାର ଗଠନ ପାଇଁ ଦାବି କରିଛନ୍ତି।

ହେମନ୍ତ ସୋରେନ ଜେଲରୁ ଫେରିବା ପରେ ପୁଣି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବେ । ସେ ଗିରଫ ହେବା ପରେ ଚମ୍ପାଇ ସୋରେନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିଲେ । ହେଲେ ଆଜି ରାଞ୍ଚୀରେ ବସିଥିବା ଇଣ୍ଡିଆ ମେଣ୍ଟ ବୈଠକରେ ହେମନ୍ତ ସୋରେନ ପୁଣିଥରେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବେ ବୋଲି ନିଷ୍ପତ୍ତି ହୋଇଛି ।

ତେବେ ଜମି ଦୁର୍ନୀତି ମାମଲା ତଥା ଅର୍ଥ ହେରଫେର୍ ଅଭିଯୋଗରେ ଜାନୁଆରୀ ୩୧ରେ ଇଡି ତାଙ୍କୁ ଦିଲ୍ଲୀ ସ୍ଥିତ ବାସଭବନରୁ ଗିରଫ କରିଥିଲା। ଜାମିନରେ ଆସିବା ପରେ ସୋରେନ ପୁଣି ଥରେ ରାଜ୍ୟର ମୁଖିଆ ଦାୟିତ୍ୱ ସମ୍ଭାଳିବା ନେଇ ଚର୍ଚ୍ଚା ହେଉଛି। ଏହାସହ ଚମ୍ପାଇ ସୋରେନଙ୍କୁ ଦଳ ଭିତରେ ଏକ ଗୁରୁତ୍ୱପୂର୍ଣ୍ଣ ପଦ ମିଳିପାରେ ବୋଲି ସୁତ୍ରରୁ ପ୍ରକାଶ।

Comments are closed.